ସ୍ୱାମୀଙ୍କ ମୃତ୍ୟୁ ପରେ ବେକରେ ରଶି ଲଗାଇ ଝୁଲିପଡ଼ିଲେ ସ୍ତ୍ରୀ
ବିବାହକୁ ୨ ବର୍ଷ ପୂରିନଥିଲା । ହେଲେ ଆଗପଛ ହୋଇ ଚାଲିଗଲେ ଦମ୍ପତି । ଏଭଳିି ଦୁଃଖଦ ଘଟଣା ଜଟଣୀରେ ଘଟିଛି । ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଜଟଣୀର ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରି ଦେଇଛନ୍ତି।
ଗତ ଶୁକ୍ରବାର ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟିଥିଲା। ହସ୍ପିଟାଲର ତୃତୀୟ ମହଲାରେ ଏକ ଏସିରେ ଗ୍ୟାସ୍ ଫିଲିଂ ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣରେ ୪ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦିଲ୍ଲୀପଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ଦିଲ୍ଲୀପଙ୍କ ମୃତ୍ୟୁ ପରେ ସୁନାଙ୍କୁ ତାଙ୍କ ବାପଘର ଲୋକେ ନିଜ ସହିତ ନେଇ ଯାଇଥିଲେ। ନୂଆଗାଁ ସ୍ଥିତ ବାପଘରେ ଥିବା ସୁନା ସୋମବାର ଏକ କଠୋରୀ ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲା। ପରିବାର ଲୋକଙ୍କଠାରୁ ଖବର ପାଇ ଜଟଣୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସୁନାଙ୍କୁ ଉଦ୍ଧାର କରି ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।
ସୂଚନା ଯେ, ଦିଲ୍ଲୀପ ଓ ସୁନାଙ୍କ ବିବାହକୁ ୨ ବର୍ଷ ପୂରି ନଥିଲା। ଦିଲ୍ଲୀପଙ୍କ ମୃତ୍ୟୁ ହେବା ପରେ ଭାଙ୍ଗି ପଡ଼ିଥିଲେ ସୁନା।
Powered by Froala Editor