ବସ୍-ଟ୍ରକ ଧକ୍କା, ୨ ମୃତ, ୪୦ ଆହତ
ସାଲେପୁର : ବସ୍-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ନିଶ୍ଚିନ୍ତକୋଇଲି କଟରପଡା ଛକ ନିକଟରେ ଘଟିଛି। କେନ୍ଦ୍ରାପଡାରୁ କଟକ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେବା ସହ ଘଟଣାର ତଦନ୍ତ ଜାରି ରହିଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତକ ରାଜକନିକା ଓ ଆଳି ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସ୍ରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ। କୁହୁଡି କାରଣରୁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।
Powered by Froala Editor