କଂଗ୍ରେସରେ ମିଶିବେ ୱାଇଏସ୍ ଶର୍ମିଲା
ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀଙ୍କ ଭଉଣୀ ୱାଇଏସ୍ ଶର୍ମିଲା ୪ ତାରିଖରେ କଂଗ୍ରେସରେ ଯୋଗ ଦେବାର ସମ୍ଭାବନା ରହିଛି। ତେଲଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସକୁ ସଫଳତା ମିଳିବା ପରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି।ୱାଇଏସ୍ ଶର୍ମିଲା ଏବେ ୱାଇଏସ୍ଆର୍ ତେଲେଙ୍ଗାନା ପାର୍ଟିର ପ୍ରତିଷ୍ଠାତା ତଥା ସଭାପତି ଅଛନ୍ତି।
ତେଲେଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଥିବା ବେଳେ ଏହାର କିଛି ଦିନ ପରେ ରାଜ୍ୟରେ ଭାରତ ରାଷ୍ଟ୍ର ସମିତି (ବିଆରଏସ)ର ଗୁରୁତ୍ବ ଶେଷ ହୋଇଛି। ଏହାରି ମଧ୍ୟରେ ୱାଇଏସ୍ ଶର୍ମିଲା ସମସ୍ତ ନେତାଙ୍କ ସହ ଏକ ବୈଠକ ଡାକିଛନ୍ତି।
ସୂଚନା ଅନୁଯାୟୀ, ଚଳିତ ବର୍ଷ ଆନ୍ଧ୍ର ପ୍ରଦେଶରେ ବିଧାନସଭା ନିର୍ବାଚନ ହେବାର ଅଛି। ତା’ସହିତ ଏଥର ଲୋକସଭା ନିର୍ବାଚନ ମଧ୍ୟ ହେବ। ତା’ପୂର୍ବରୁ ଆନ୍ଧ୍ର ପ୍ରଦେଶରେ କଂଗ୍ରେସ ନିଜ ସ୍ଥିତିକୁ ସଜାଡ଼ିବାକୁ ଚାହୁଁଛି। ଶର୍ମିଲା କଂଗ୍ରେସରେ ମିଶିବା ପରେ ଦଳ ତାଙ୍କୁ ଆନ୍ଧ୍ର ପ୍ରଦେଶରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବାକୁ ଚିନ୍ତା କରୁଛି। ସେହିଭଳି ଯେଉଁମାନେ ଜଗନ ମୋହନ ରେଡ୍ଡୀଙ୍କ ୱାଇଏସ୍ଆର୍ କଂଗ୍ରେସ ଛାଡ଼ି କଂଗ୍ରେସରେ ମିଶିବାକୁ ଚାହୁଁଛନ୍ତି, ଦଳ ସେମାନଙ୍କୁ ମଧ୍ୟ ଗ୍ରହଣ କରିବାକୁ ପ୍ରସ୍ତୁତ ହୋଇଛି।
Powered by Froala Editor