୪ଟାରୁ ୮ଟା ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ: ପୌଷ କୃଷ୍ଣ ସପ୍ତମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୪ଟାରୁ ରାତି ସାଢ଼େ ୮ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।
Powered by Froala Editor