ବୃଦ୍ଧି ହେଲା ଏହି ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ
ଭୁବନେଶ୍ୱର: ନୂଆ ବର୍ଷ ଆରମ୍ଭ ହେଉ ହେଉ ଏକ ଭଲ ଖବର ସାମନାକୁ ଆସିଛି । ରାଜ୍ୟ ସରକାର ମାସିକ ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି । ନର୍ସିଂ, ଫାର୍ମାସୀ ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି କରାଯାଇଛି । ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଏମକେସିଜି ମେଡିକାଲ ପରିଦର୍ଶନ ସମୟରେ ଛାତ୍ରଛାତ୍ରୀମାନେ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ ତାଙ୍କୁ ଅନୁରୋଧ କରିଥିଲେ । ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାଇପେଣ୍ଡକୁ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ତଦନୁଯାୟୀ ଡି.ଫାର୍ମା ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ୫୦୦କୁ ବୃଦ୍ଧି କରାଯାଇଛି । ଏହାଛଡ଼ା ଏଏନଏମଙ୍କ ୧୦୦୦, ବିଏସସି ନର୍ସିଂଙ୍କ ଇଣ୍ଟରସିପ ପାଇଁ ୫୦୦, ଏମଫିଲ ଇନ କ୍ଲିନିକାଲ ସାଇକୋଲୋଜି ପାଇଁ ୧୦୦୦୦ ଓ ଏମଫିଲ ଇନ ସାଇକାଟ୍ରିକ ସୋସିଆଲ ୱାର୍କ ପାଇଁ ମଧ୍ୟ ଷ୍ଟାଇପେଣ୍ଡକୁ ୧୦୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।
ଉପରୋକ୍ତ ବର୍ଗର ଛାତ୍ରଛାତ୍ରୀମାନଙ୍କୁ ପୂର୍ବରୁ ଡି.ଫାର୍ମା ପାଇଁ ମାସିକ ୨୫୦/- ଟଙ୍କା, ଏଏନଏମ ପାଇଁ ୧୦୦୦/- ଟଙ୍କା, ବିଏସସି(ଏନ) ଇଣ୍ଟର୍ନସିପ୍ ପାଇଁ ୨୫୦୦/- ଟଙ୍କା, କ୍ଲିନିକାଲ ସାଇକୋଲୋଜିରେ ଏମ ଫିଲ୍ ପାଇଁ ୭୦୦୦/- ଟଙ୍କା ଏବଂ ମାନସିକ ସାମାଜିକ କାର୍ୟ୍ୟରେ ଏମଫିଲ୍ ପାଇଁ ୭୦୦୦/- ଟଙ୍କା ହିସାବରେ ଷ୍ଟାଇପେଣ୍ଡ ରାଶି ପ୍ରଦାନ କରାଯାଉଥିଲା।
ଏହି ଷ୍ଟାଇପେଣ୍ଡ ଅଭିବୃଦ୍ଧି ଛାତ୍ରଛାତ୍ରୀଙ୍କୁ ଲୋକଙ୍କୁ ଉନ୍ନତ ସେବା ଯୋଗାଇବା ପାଇଁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଏହା ଦ୍ୱାରା ଓଡ଼ିଶାରେ ସ୍ୱାସ୍ଥ୍ୟ ସେବା ଆହୁରି ସୁଦୃଢ଼ ହେବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି।
Powered by Froala Editor