Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ରାଜ୍ୟ
Home ›› ରାଜ୍ୟ ››ବାତ୍ୟାରେ ଚାଷ କ୍ଷତି ହୋଇଥିଲେ ଜାଣନ୍ତୁ କେତେ ପାଇବେ ସହାୟତା ?

ବାତ୍ୟାରେ ଚାଷ କ୍ଷତି ହୋଇଥିଲେ ଜାଣନ୍ତୁ କେତେ ପାଇବେ ସହାୟତା ?

2021-06-10 10:19:45
14353
Share:
Facebook
Twitter
E-Mail
WhatsApp
Telegram
ବାତ୍ୟାରେ ଚାଷ କ୍ଷତି ହୋଇଥିଲେ ଜାଣନ୍ତୁ କେତେ ପାଇବେ ସହାୟତା ?
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସଂପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ ଚାଷ ଆଦି ବିଭିନ୍ନ କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି। ଚାଷୀ ମାନଙ୍କର କ୍ଷତି ଭରଣା ପାଇଁ ମୁଖ୍ୟମନ୍ତ୍ରୀ  ପ୍ୟାକେଜ ଘୋଷଣା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
 
କୃଷିକ୍ଷେତ୍ର -
• ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀ ଙ୍କୁ ହେକ୍ଟର ର ପିଚ୍ଛା ୬୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ। ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଏବଂ ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକ୍ଟର ପିଚ୍ଛା ୧୮,୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦିଆଯିବ। ଆମ୍ବ, କାଜୁ, ନଡିଆ, କେତକୀ, ପାନ ଆଦି ଫସଲ ସବୁଦିନିଆ ଫସଲ ଶ୍ରେଣୀରେ ଅନ୍ତର୍ଭୁକ୍ତ। କେବଳ ପ୍ରକୃତ ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯିବ।
• ସବୁଦିନିଆ ଫସଲ ପାଇଁ ଚାଷୀ ମାନଙ୍କୁ ସର୍ବନିମ୍ନ ୨୦୦୦ ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧୦୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ମିଳିବ।
• ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ଦେଢ ଲକ୍ଷ କ୍ବିଣ୍ଟାଲ ଉନ୍ନତ ମାନର ପ୍ରାମାଣିକ ଧାନ ବିହନ ଯୋଗାଇ ଦିଆଯିବ। ଏହି ରିହାତି ସିଧାସଳଖ DBT ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଦିଆଯିବ।
• ଖରିଫ ଋତୁରେ ଅଧିକ ଅମଳ ପାଇଁ ଏକ ଲକ୍ଷ ଏକର ଜମି ପାଇଁ ଏକ ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ।
• ଖରିଫ ଋତୁରେ ଧାନ,ଝୋଟ ଓ ଡାଲିଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।
• ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ  ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀ ମାନଙ୍କୁ  ୩୬ ହଜାର ଏକର ଜମି ପାଇଁ ହେକ୍ଟର ପିଚ୍ଛା  ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ।
• ୬୦,୦୦୦ ହେକ୍ଟର ଜମିରେ ରୋଗପୋକ ମାରିବା ପାଇଁ ଆବଶ୍ୟକତା ଭିତ୍ତିରେ ଇନ୍‌ପୁଟ ସବ୍‌ସିଡି ଚାଷୀ ମାନଙ୍କ ଆକାଉଣ୍ଟକୁ ଦିଆଯିବ।
• ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବାପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀ ମାନଙ୍କୁ ୨୦ କୋଟି ଟଙ୍କାର ରିହାତି DBT ଜରିଆଇ ଦିଆଯିବ।
• ପ୍ରଭାବିତ ଅଞ୍ଚଳରେ ଚାଷୀ ମାନଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍‌ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ। ପମ୍ପସେଟ୍‌ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫,୦୦୦ ଟଙ୍କା,    ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ  ୭୫୦ ଟଙ୍କା ରିହାତି ଦିଆଯିବ।
• ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ କେତେକ ସ୍ଥାନରେ ଜମିରେ ଲୁଣି ପାଣି ମାଡିଯାଇଥିବାରୁ  ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ଏପରି ଜମିର ପୋଷକତତ୍ତ୍ବର ପରିଚାଳନା ଓ ମାଟିର ମାନରେ ଉନ୍ନତି ପାଇଁ (Nutrient Management & Soil Ameliorants) ହେକ୍ଟର ପିଚ୍ଛା ୭୫୦ ଟଙ୍କା ସହାୟତା ଦିଆଯିବ। ସମୁଦାୟ ୧୦ ହଜାର ହେକ୍ଟର ଜମି ପାଇଁ ସହାୟତା ପ୍ରଦାନ କରାଯିବ।
• ପାନବରଜ ଚାଷ କରୁଥିବା ୧୨୫ ଜଣ ଚାଷୀଙ୍କୁ ଜଣ ପିଚ୍ଛା ୧୫,୦୦୦ ଟଙ୍କା ପ୍ରୋତ୍ସାହନ ରାଶି DBT ଜରିଆରେ ଦିଆଯିବ।
• ୧୦ ହଜାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସେମାନଙ୍କ ବାଡିରେ ପରିବା ଚାଷ ପାଇଁ ଉନ୍ନତ ମାନର ଚାରା ୧୧୫ ଟଙ୍କାରେ ଯୋଗାଇ ଦିଆଯିବ।
• ବାତ୍ୟାରେ କ୍ଷତିଗ୍ରସ୍ତ ୫୦ଟି ଛତୁ ଚାଷ ୟୁନିଟ୍‌କୁ ୪୦,୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯିବ । ଏଥିରେ କ୍ଷତିଗ୍ରସ୍ତ ଚାଷୀମାନେ ସେମାନଙ୍କ ଛତୁ ଚାଷ ୟୁନିଟର ପୁନରୁଦ୍ଧାର କରିପାରିବେ । ଏହି ସହାୟତା ଚାଷୀର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ପ୍ରଦାନ କରାଯିବ ।
• କ୍ଷତିଗ୍ରସ୍ତ ଅଞ୍ଚଳର ଚାଷୀ ମାନଙ୍କୁ କିଟ୍‌ ପିଚ୍ଛା ୧୧୦ ଟଙ୍କାର ୧୦ ହଜାର ପରିବା ମିନି କିଟ୍‌ ମାଗଣାରେ ଯୋଗାଇ ଦିଆଯିବ।
• ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜାନାରେ ବୀମାଭୁକ୍ତ ହୋଇଥିବା କ୍ଷତିଗ୍ରସ୍ତ ଚାଷୀ ମାନଙ୍କର ଦାବୀ ଯେପରି ସମାଧାନ ହୋଇପାରିବ, ସେଥିପାଇଁ ଫସଲ କଟା ରିପୋର୍ଟ ତ୍ବରାନ୍ବିତ ଭାବରେ ପ୍ରସ୍ତତ କରିବା ପାଇଁ ପଦକ୍ଷେପ ନିଆଯିବ।
• କ୍ଷତିଗ୍ରସ୍ତ ଅଞ୍ଚଳର ୩୩ ପ୍ରତିଶତରୁ ଅଧିକ କ୍ଷତି ସହିଥିବା ଚାଷୀମାନଙ୍କର ସ୍ବଳ୍ପ ମିଆଦୀ ଖରିଫ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ।

Powered by Froala Editor

Tags Naveen pattnaik

Related articles Odisha News Lens 4.1

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15322
    Jul 30, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14988
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15461
    Jul 31, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14037
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14078
    Jul 30, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15295
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13832
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14069
    Jul 31, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15334
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15334
    Jul 30, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14069
    Jul 31, 2026
  • ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14078
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17008
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17613
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17666
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18064
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14062
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14322
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15947
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15833
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15487
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13909
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15027
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15763
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15334
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15461
    Jul 31, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14062
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In