୨୭ରେ ମା’ ସମଲେଶ୍ବରୀ ପ୍ରକଳ୍ପର ଲୋକାର୍ପଣ ଉତ୍ସବ

ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ୨୭ ତାରିଖରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶନିବାର ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ।
ମା’ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓଡ଼ିଶା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡ଼ିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୂର ଆସିବ ବୋଲି କୁହାଯାଇଛି।
ଏଥିପାଇଁ ଏକାମ୍ର କ୍ଷେତ୍ରରେ ପହଞ୍ଚିଛି ମା’ ସମଲେଶ୍ବରୀଙ୍କ ନିମନ୍ତ୍ରଣ ପତ୍ର । ମହାପ୍ରଭୁ ଲିଙ୍ଗରାଜ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମା’ ସମଲେଶ୍ବରୀଙ୍କ ପ୍ରତିନିଧି ଦେଇଛନ୍ତି ନିମନ୍ତ୍ରଣ ପତ୍ର ।
ସମଲେଶ୍ବରୀ ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁଙ୍କ ନେତୃତ୍ବରେ ମନ୍ଦିରର ପୂଜକ, ସମ୍ବଲପୁର ଏଡିଏମ୍, ସମ୍ବଲପୁର ମ୍ୟୁନିସିପାଲଟି କମିଶନଙ୍କ ସହ ଅନେକ ପ୍ରଶାସନିକ ଅଧିକାରୀ ଭୁବନେଶ୍ବର ପହଞ୍ଚି ଲିଙ୍ଗରାଜ ମନ୍ଦିରରେ ନିମନ୍ତ୍ରଣ ପତ୍ର ଦେଇଛନ୍ତି । ପ୍ରଭୁ ଲିଙ୍ଗରାଜଙ୍କୁ ନିଉତା ଦେବା ପରେ ଟିମ୍ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଇଛନ୍ତି ।
Powered by Froala Editor