ମାଲକାନଗିରିରେ ଖୁବ୍ଶୀଘ୍ର ଉଡିବ ବିମାନ
ମାଲକାନଗିରି : ଆଜି ମାଲକାନଗିରି ବିମାନ ବନ୍ଦରକୁ ବିମାନର ଟ୍ରାଏଲ ରନ୍ ସଫଳ ହୋଇଥିବା ବେଳେ ଖୁବ୍ଶୀଘ୍ର ବିମାନ ଉଡିବ। ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କରିବେ। ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ବିମାନ ବନ୍ଦର ଉଦଘାଟନ ସହ ନୂତନ ବିମାନ ଚଳାଚଳର ଶୁଭାରମ୍ଭ କରିବେ।
ତେବେ ବିମାନ ଉଡାଣ ପୂର୍ବରୁ ଆଜି ମାଲକାନଗିରି ବିମାନ ବନ୍ଦରରେ ଟ୍ରାଏଲ ରନ୍ ସଫଳ ହୋଇଛି। ନୂଆ ବିମାନ ବନ୍ଦରରେ ପରୀକ୍ଷା ମୂଳକ ଭାବେ ଭିଟି ୧୦୦ ବିମାନ ଅବତରଣ କରିଥିଲା। ଅବତରଣ ପରେ ପାଇଲଟ ବିମାନ ବନ୍ଦରର ଯାଞ୍ଚ କରିବା ସହ ବିମାନ ବନ୍ଦର ପ୍ରସ୍ତୁତିକୁ ପ୍ରଶଂସା କରିଥିଲେ।
ହସ୍ତଗତ ସୂଚନା ଅନୁସାରେ ଯାତ୍ରୀବାହୀ ବିମାନ ସେବା ଆରମ୍ଭ ପାଇଁ ମାଲକାନଗିରି ବିମାନବନ୍ଦରରେ ସମସ୍ତ କାର୍ୟ୍ୟ ପ୍ରାୟ ଶେଷ ହୋଇଛି। ଏଠାରେ ୧୫୦୦/୩୦ ମିଟର୍ ରନୱେ, ପାଚେରୀ, ଏଟିସି ଟାୱାର, ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ ସରିଛି। ପ୍ରଥମ ପର୍ୟ୍ୟାୟରେ ଏଠାରୁ ୯ ଆସନ ବିଶିଷ୍ଟ ବିମାନ ସେବା ଆରମ୍ଭ ହେବା ସମ୍ଭାବନା ଅଛି ଏବଂ ପରବର୍ତ୍ତି ସମୟରେ ବଡ଼ ବିମାନ ଚଳାଚଳ କରିବ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ମାଲକାନଗିରି ବିମାନବନ୍ଦର କାର୍ୟ୍ୟକ୍ଷମ କରିବା ଲାଗି ସମସ୍ତ ବୈଷୟିକ ସହାୟତା ପ୍ରଦାନ କରାଯାଉଛି।
Powered by Froala Editor