ଘନ କୁହୁଡି: ଗାଡି ଚଳାଚଳରେ ସମସ୍ୟା
ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ ହାଲୁକା ଶୀତ ସହ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ଉପାନ୍ତ ଅଂଚଳରୁ ଉପକୂଳ ପର୍ଯ୍ୟନ୍ତ ଏଭଳି ପାଗ ରହିଛି। ବୁଧବାର ସକାଳୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘନ କୁହୁଡି ଯୋଗୁ ଗାଡି ଚଳାଚଳରେ ସମସ୍ୟା ଦେଖା ଦେଇଥିଲା। ଆସନ୍ତା ୨ଦିନ ପରେ ପୁଣି ରାଜ୍ୟରେ ଶୀତ ବଢିବ ବୋଲି କୁହାଯାଉଛି। ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଶୀତ ବଢିବ। ସେହିପରି ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। କୁହୁଡି ହେଉଥିବାରୁ ଦୃଶ୍ୟମାନ କ୍ଷମତା ବାଧାପ୍ରାପ୍ତ ହେବା ସହିତ ଯାନବାହନ ଚଳାଚଳ ବେଳେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।
Powered by Froala Editor