Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

ରାଜ୍ୟ
Home ›› ରାଜ୍ୟ ›› ୭ଟି ଜିଲ୍ଲାରେ ହେବ ଅର୍ଥନୈତିକ ବିକାଶ: ୧୪ଟି ପ୍ରକଳ୍ପକୁ ଅନୁମୋଦନ

୭ଟି ଜିଲ୍ଲାରେ ହେବ ଅର୍ଥନୈତିକ ବିକାଶ: ୧୪ଟି ପ୍ରକଳ୍ପକୁ ଅନୁମୋଦନ

2024-01-11 05:53:56
13798
Share:
Facebook
Twitter
E-Mail
WhatsApp
Telegram
 ୭ଟି ଜିଲ୍ଲାରେ  ହେବ ଅର୍ଥନୈତିକ ବିକାଶ:  ୧୪ଟି ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ବର:  ୧୨୭ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୧୭୧୩ ଦଶମିକ ୬୫ କୋଟି ଟଙ୍କାର ୧୪ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଧାତବ କ୍ଷେତ୍ର ଉପରେ ନିର୍ଭର କରୁଥିବା ଆନୁଷଙ୍ଗିକ ଶିଳ୍ପ, ଶକ୍ତି, ଔଷଧ, ପ୍ଲାଷ୍ଟିକ, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ପର୍ୟ୍ୟଟନ ସମେତ ବିଭିନ୍ନ କ୍ଷେତ୍ରରେ ଅନେକ ପ୍ରକଳ୍ପକୁ ସବୁଜ ସଙ୍କେତ ଦିଆଯାଇଛି । ଏହାଦ୍ବାରା ୫ ହଜାର ୧୩୪ ନିଯୁକ୍ତି ସୃଷ୍ଟି ସମ୍ଭାବନାଥିବାବେଳେ ୭ଟି ଜିଲ୍ଲାର ଅର୍ଥନୈତିକ ବିକାଶରେ ଉଲ୍ଲେଖନୀୟ ଯୋଗଦାନ ରହିବ ।

ଯାଜପୁରରେ ନିଓ ଇଣ୍ଡଷ୍ଟ୍ରିକ୍ ମେଟାଲ ପ୍ରୋସେସିଂ ପ୍ରାଇଭେଟ୍ ଲିମିଟେଡର ୭୨ କୋଟି ଟଙ୍କାର ପ୍ରକଳ୍ପ ସହିତ ରାଜ୍ୟରେ ଇସ୍ପାତ ଆନୁଷଙ୍ଗିକ ଉଦ୍ୟୋଗ କ୍ଷେତ୍ରରେ ବୃଦ୍ଧି ଘଟିବାକୁ ଯାଉଛି । ଦୁଇଟି ପର୍ୟ୍ୟାୟରେ ୧୬ ହଜାର ୟୁନିଟ୍ କ୍ଷମତା ବିଶିଷ୍ଟ ଇସ୍ପାତ ୟୁନିଟ୍ ପାଇଁ କ୍ରୋମ ପ୍ଲେଟିଂ, ଗ୍ରାଇଣ୍ଡିଂ ଓ ଟେକ୍ଟରି” କରାଯିବ । ଏହା ୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବ । ଷ୍ଟେନଲେସ୍ ଷ୍ଟିଲ୍ ଆଣ୍ଡ ଫେରୋ ଆଲଏଜ୍ କ୍ଷେତ୍ରରେ ‘ଆନନ୍ଦ ଏକ୍ସପୋର୍ଟ ଯାଜପୁରରେ ଏହାର ବ୍ୟାପକ ସମ୍ପ୍ରସାରଣ ପାଇଁ ପଦକ୍ଷେପ ନେଇଛି ।

ଏହାଦ୍ବାରା ୨ ହଜାର ୮୨୮ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଯାଜପୁରର କଳିଙ୍ଗ ନଗରରେ ଆସୋକା ସ୍କାଏ ମେଟାଲ୍ସ ପ୍ରାଇଭେଟ୍ ଲିମିଟେଡ୍ ମେଟାଲ୍ ଡାଉନଷ୍ଟ୍ରିମ୍ ୟୁନିଟ୍ ସ୍ଥାପନ କରିବାକୁ ଯାଉଛି । ମହିନ୍ଦ୍ରା ହୋଲିଜେଜ୍ ଆଣ୍ଡ ରିସୋର୍ଟ ପ୍ରକଳ୍ପକୁ ଗଂଜାମ ଜିଲ୍ଲାରେ ବାହୁଡ଼ା ନଦୀ ମୁହାଣ ନିକଟ ସୋନାପୁର ବେଳାଭୂମିରେ ୨୨୮ ଦଶମିକ ୪୫ କୋଟି ଟଙ୍କା ବିନିଯୋଗ କରି ଏକ ଆକର୍ଷଣୀୟ ବିଳାସପୂର୍ଣ୍ଣ ରିସୋର୍ଟ ପ୍ରତିଷ୍ଠା କରିବା ନିମନ୍ତେ ଅନୁମୋଦନ ମିଳିଛି ।ଟିଏସ୍ ବିଚ୍ ରିସୋର୍ଟସ୍ ପ୍ରାଇଭେଟ୍ ଲିମିଟେଡ୍ ୧୩୨ ଦଶମିକ ୧୬ କୋଟି ଟଙ୍କା ବିନିଯୋଗରେ ପୁରୀରେ ଏକ କନଭେନ୍ସନ୍ ସେଣ୍ଟର ଏବଂ ୪ ଟି ଷ୍ଟାର୍ ହୋଟେଲ୍ ସହିତ ଆତିଥେୟତା ପ୍ରଦାନ କ୍ଷେତ୍ରରେ ନୂତନ ଆକର୍ଷଣୀୟ ପରିକଳ୍ପନା ସୃଷ୍ଟି କରିଛି ।

ସେହିପରି ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡ୍ ଯାଜପୁରରେ କ୍ୟାପ୍ତିଲ୍ ରୁଫ୍ ଟପ୍ ସୌର ଶକ୍ତି ପ୍ଲାଣ୍ଟ ସ୍ଥାପନ କରିବ । ଏସିକେମ୍ ରେମେଳି ପ୍ରାଇଭେଟ୍ ଲିମିଟେଡ୍ ପୁରୀର କୁର୍କିଠାରେ ଟ୍ୟାବଲେଟ୍, କ୍ୟାପସୁଲ୍, ମଲମ ଏବଂ ଲିକୁଇଡ୍ ଓରାଲ୍ ଉତ୍ପାଦନ କରି ଔଷଧ କ୍ଷେତ୍ରରେ କାର୍ୟ୍ୟ କରୁଛି । ବେଷ୍ଟ ପାୱାର ଇକ୍ସିପମେଣ୍ଟ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଖୋର୍ଦ୍ଧାରେ ୟୁପିଏସ ସିଷ୍ଟମ ଓ ବ୍ୟାଟେରୀ ଉତ୍ପାଦନ ପାଇଁ ଏକ ୟୁନିଟ୍ ସ୍ଥାପନ ପାଇଁ ଯୋଜନା କରାଯାଇଛି । ଓରିବାକେ ପ୍ରାଇଭେଟ୍ ଲିମିଟେଡ୍ କଟକ ଜିଲ୍ଲା ଟାଙ୍ଗୀ-ଚୌହାରଠାରେ ବିସ୍କୁଟ୍ ଏବଂ ଅନ୍ୟାନ୍ୟ ବେକ୍ଟ ଉତ୍ପାଦ ଉତ୍ପାଦନ ୟୁନିଟ୍ ସହିତ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଉନ୍ନତି ଆଣିବାକୁ ଯାଉଛି । ଏହିପରି ମୋଟ ୧୪ଟି ଶିଳ୍ପକୁ ଅନୁମୋଦନ ମିଳିଛି ।

Powered by Froala Editor

Tags single window clearance meeting

Related articles Odisha News Lens 4.1

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13998
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13685
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14896
    Sep 21, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15105
    Sep 23, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15430
    Sep 22, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14096
    Sep 21, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14376
    Sep 22, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13955
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15579
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15105
    Sep 23, 2026
  • ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13685
    Sep 21, 2026
  • ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14762
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17117
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17803
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17778
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18187
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15105
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14921
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14471
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14717
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16348
    Sep 09, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15612
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15372
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14339
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ଅନିବାର୍ଯ୍ୟ

    13955
    Sep 21, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15105
    Sep 23, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15579
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In