ଦିବ୍ୟ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ୧୭ରେ ସରକାରୀ ଛୁଟି
ଜାନୁଆରି୧୭ ତାରିଖରେ ଭବ୍ୟ, ଦିବ୍ୟ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଐତିହ୍ୟ ପ୍ରକଳ୍ପର ଲୋକାର୍ପଣ କରିବେ। ଏହି ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ଯଜ୍ଞ ପାଇଁ ପୂଜାନୀତି ଆରମ୍ଭ ହୋଇଯାଇଛି।
ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ପ୍ରକଳ୍ପ ହେବ ଓଡ଼ିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରି ୧୭ ତାରିଖକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।
Powered by Froala Editor