ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ସମସ୍ତ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କଲେ ପୋଲିସ ମହାନିର୍ଦ୍ଦେଶକ
ପୁରୀ: ପୁରୀରେ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି । ହେଲିପ୍ୟାଡ୍, ଶ୍ରୀସେତୁ, ସମଙ୍ଗ ପାର୍କିଂ, ଜଗନ୍ନାଥ ବଲ୍ଲଭ ପିଲିଗ୍ରିମ୍ ସେଣ୍ଟର ସହ ଅନ୍ୟାନ୍ୟ ସମସ୍ତ ବ୍ୟବସ୍ଥା ନେଇ ଅନୁଧ୍ୟାନ କରୁଛନ୍ତି । ଆଇନ ଶୃଙ୍ଖଳା ଏଡିଜି ସଂଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ । ଶ୍ରୀମନ୍ଦିର ପରିକ୍ରମା ମାର୍ଗ ସୁରକ୍ଷା ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରିବେ ।
ସୂଚନାଯୋଗ୍ୟ ଯେ, ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ଆଜିଠାରୁ ବାହାର ରାଜ୍ୟରୁ ଅତିଥି ଆସି ପହଞ୍ଚିବେ । ଆଜିଠାରୁ ତିନି ଦିନ ବ୍ୟାପୀ ଯଜ୍ଞ ଆରମ୍ଭ ହେଉଛି । ଯାତ୍ରୀ ପରିକ୍ରମା ପ୍ରକଳ୍ପ କାମ ଶେଷ ହୋଇଛି । ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ ।
Powered by Froala Editor