ଭୟାବହ ଅଗ୍ନିକାଣ୍ଡ: ୬ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ । ଗୋଟିଏ ଘରେ ନିଆଁ ଲାଗିବାରୁ ୬ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସମସ୍ତ ମୃତକ ଗୋଟିଏ ପରିବାରର ସଦସ୍ୟ ବୋଲି କୁହାଯାଉଛି । ଉତ୍ତର ଦିଲ୍ଲୀର ପିତାମପୁରା ଅଞ୍ଚଳରେ ଏହି ଘଟଣା ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲା । ଗୁରୁବାର ସନ୍ଧ୍ୟାରେ ଏହି ଅଘଟଣ ଘଟିଥିଲା । ତେବେ କେଉଁ କାରଣରୁ ଘରେ ନିଆଁ ଲାଗିଲା ତାହା ବର୍ତ୍ତମାନ ଯାଏଁ ଅସ୍ପଷ୍ଟ ରହିଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ଗୁରୁବାର ସନ୍ଧ୍ୟା ସମୟରେ ପିତାମପୁରା ଅଞ୍ଚଳର ଜିପି ବ୍ଲକରେ ଜଣଙ୍କ ଘର ଭିତରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଏନେଇ ଖବର ଦିଆଯିବା ପରେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ୮ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା ଓ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲା । ଏହାପରେ ଘର ମଧ୍ୟରୁ ୬ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ ।
Powered by Froala Editor