ପୂର୍ବ ଶତୃତାରୁ କ୍ରିକେଟ୍ ବ୍ୟାଟ୍ରେ ପିଟି ହତ୍ୟା

ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅଧୀନ ମେଣ୍ଡା ଗାଁରେ କ୍ରିକେଟ୍ ବ୍ୟାଟ୍ରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ସନ୍ତୋଷ ହାତୀ। ପୂର୍ବ ଶତୃତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି । ଅନ୍ୟ ଜଣେ ଆହତ ଥିବା ବେଳେ ଅଭିଯୁକ୍ତ ଫେରାର ଅଛି। ପୁଲିସର ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡ଼ିବ।
ଶନିବାର ସନ୍ତୋଷ ହାତୀଙ୍କ ଘରକୁ ଅଭିଯୁକ୍ତ ଆସିଥିଲା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଭିଯୁକ୍ତ ଜଣକ ସନ୍ତୋଷଙ୍କ ସହିତ ଯୁକ୍ତିତର୍କ କରିଥିଲା। ଉଭୟଙ୍କ ମଧ୍ୟରେ କଥା କଟାକଟି ହେବାରୁ ଅଭିଯୁକ୍ତ ଏକ କ୍ରିକେଟ୍ ବ୍ୟାଟରେ ସନ୍ତୋଷଙ୍କୁ ଆକ୍ରମଣ କରିଥିଲା। ସନ୍ତୋଷଙ୍କୁ ବଞ୍ଚାଇବା ପାଇଁ ଆଉ ଜଣେ ଦୌଡି ଆସିଥିବାବେଳେ ସେ ମଧ୍ୟ ଆହତ ହୋଇଥିଲେ । ସେ ଆହତ ଥିବା ବେଳେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।
Powered by Froala Editor