ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଆଦର୍ଶ ଥାନା ଚଣ୍ଡିଚୁଆ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ବାଇକ ଆରୋହୀ ଜଣଙ୍କର ପରିଚୟ ମିଳିପାରିନି। କିନ୍ତୁ ସେ ବୈଦ୍ୟେଶ୍ବର ଥାନା ଅଞ୍ଚଳର ହୋଇଥିବା ଜଣାପଡିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor