ଘନ କୁହୁଡି : ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଏହାମଧ୍ୟରେ ଘନ କୁହୁଡି ପାଇଁ ୧୨ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡକୁ କୁହୁଡି ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଯାତାୟତ ସମୟରେ ସଚେତନ ଓ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
Powered by Froala Editor