Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ରାଜ୍ୟ
Home ›› ରାଜ୍ୟ ››5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

2024-01-24 14:51:08
14648
Share:
Facebook
Twitter
E-Mail
WhatsApp
Telegram
5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର : 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର  ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ   ଲୋକାର୍ପିତ କରିଛନ୍ତି ।


     ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି,  ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।


    ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି  ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।



ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।


    ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ  ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ  ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।


ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ  ଜାତିରେ  ନୂଆ  ଜାଗରଣ ର  ମାର୍ଗ  ପ୍ରଶସ୍ତ  କରିଛି  ବୋଲି  ସେ  କହିଥିଲେ ।  ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ।  ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। 


ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ। 


       ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ  5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ  ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ ।


ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। 


ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T  ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ  ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି । ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ। 


କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ  ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ଛାତ୍ରଛାତ୍ରୀମାନେ ନିଜର ଭବିଷ୍ୟତକୁ ନେଇ ଯେଉଁସବୁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତରିତ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି। ଶିକ୍ଷା କ୍ଷେତ୍ରରେ ଓ ଭବିଷ୍ୟତ ନିର୍ମାଣ ପାଇଁ ଏହା ସେମାନଙ୍କୁ ସଶକ୍ତ କରିବ । ଏଥିସହିତ ଆହୁରି ମଧ୍ୟ କହିଥିଲେ ଯେ ଏହି ରୂପାନ୍ତରିତ ସ୍କୁଲ ଗୁଡିକ ହେଉଛି ଆପଣମାନଙ୍କ ସମ୍ପତ୍ତି, ରାଜ୍ୟବାସୀଙ୍କ ସମ୍ପତ୍ତି । ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ସମସ୍ତେ ଦାୟିତ୍ବବାନ ହେବାକୁ ସେ ପରାମର୍ଶ ଦେଇଥିଲେ ।      


ଏହି ଅବସରରେ 5T ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ଖୋର୍ଦ୍ଧା ଜିଲ୍ଲାର ନବମ ଶ୍ରେଣୀର ଛାତ୍ରୀ ଶୁଭଲକ୍ଷ୍ମୀ  ଷଡ଼ଙ୍ଗୀ, ସୁବର୍ଣ୍ଣପୁରର ଦଶମ ଶ୍ରେଣୀ ଛାତ୍ରୀ ରୀମା ଦେହୁରୀ, ପୁରୀର ସପ୍ତମ ଶ୍ରେଣୀ ଛାତ୍ରୀ ବିଶ୍ୱରୂପା ମିଶ୍ର, ନୟାଗଡ଼ର ନବମ ଶ୍ରେଣୀ ଛାତ୍ରୀ ଶ୍ରୀୟା ମିଶ୍ର , ବୌଦ୍ଧର ନବମ ଶ୍ରେଣୀ ଛାତ୍ରୀ ଭାବନା ଧଳ ଏବଂ ନବରଙ୍ଗପୁରର ନବମ ଶ୍ରେଣୀ ଛାତ୍ରୀ ଅକ୍ଷରା ରାଣୀ କୋରକରା  ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ  5T ଉପକ୍ରମ ଆମ ବିଦ୍ୟାଳୟର ସ୍ୱରୂପ ବଦଳାଇ ଦେଇଛି। ରୂପାନ୍ତରିତ ସ୍କୁଲର ସମସ୍ତ ସୁବିଧା ସୁଯୋଗ ଆମ ମନରେ ଆଣିଦେଉଛି ଗଭୀର ଆତ୍ମବିଶ୍ବାସ ।  

     ଡାକ୍ତର, ଇଂଜିନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ ଆମ ପ୍ରତି ମୁଖ୍ୟମନ୍ତ୍ରୀଙ୍କର ଅମୂଲ୍ୟ ଉପହାର ବୋଲି ସେମାନେ କହିଥିଲେ। 


କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ପୁରୀରେ ଇଲୋକ୍ଟ୍ରୋନିକ୍‌ସ, ସୂଚନା ଓ ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ବୌଦ୍ଧରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ନବରଙ୍ଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଖୋର୍ଦ୍ଧାରେ ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ଏବଂ ନୟାଗଡରେ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା  ପ୍ରମୁଖ ଯୋଗ ଦେଇ କହିଲେ ଯେ  ସରକାରୀ ସ୍କୁଲରେ ଘରୋଇ ଅତ୍ୟାଧୁନିକ ସ୍କୁଲର ସୁବିଧା ସୁଯୋଗ ଯୋଗାଇଦେଇ ଓଡିଶାର ଶିକ୍ଷା ବ୍ୟବସ୍ଥାକୁ ଭାରତବର୍ଷରେ ସ୍ବତନ୍ତ୍ର ସ୍ଥାନ ଦେଇଛନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ। ଶିକ୍ଷା ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଆଜି ଉଦାହରଣ ହୋଇଛି । ଓଡିଶାର ପିଲାମାନେ ବଡ ହେବା ପାଇଁ, ଭଲ ମଣିଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି।  


    ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14279
    Oct 15, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14757
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13878
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13798
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15448
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13718
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13783
    Oct 16, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14792
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13499
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13798
    Oct 15, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15448
    Oct 15, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14618
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17184
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17878
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18249
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14757
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14620
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14726
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15728
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14402
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14279
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13978
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15101
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15808
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    13878
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13499
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14757
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In