ୟୁଜି ଓ ପିଜି ପରୀକ୍ଷା ପାଇଁ ୧୮ରେ ନିଆଯିବ ଚୂଡାନ୍ତ ନିଷ୍ପତ୍ତି
ୟୁଜି/ପିଜି ପରୀକ୍ଷା କରିବାକୁ କୁଳପତି ସମ୍ମିଳନୀରେ ନିଷ୍ପତ୍ତି ନିଆଯାଇଛି । ଏନେଇ ୧୮ ତାରିଖରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ପିଲାମାନେ ପାଠପଢା ଜାରି ରଖନ୍ତୁ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ।
ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ପରୀକ୍ଷା ହେବା ନେଇ ଏକ ପ୍ରକାର ଚୂଡାନ୍ତ ହୋଇଛି । ୧୮ ତାରିଖରେ ପୁଣି କୁଳପତିମାନଙ୍କ ସହ ବୈଠକ ବସିବ । ଏହି ୭ ଦିନ ମଧ୍ୟରେ ବିଭିନ୍ନ କୂଳପତିମାନେ ବିଭିନ୍ନ କଲେଜର ପ୍ରିନ୍ସିପାଲ ଓ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ । ଏହାପରେ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ଚୁଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି । ତେବେ ମହାମାରୀ ସ୍ଥିତିରେ ପିଲାଙ୍କ ପରୀକ୍ଷା କିପରି ଆୟୋଜିତ ହେବ, ଅଫଲାଇନ୍ରେ ହେବ କି ପୂର୍ବ ବର୍ଷ ଭଳି ଅନଲାଇନରେ ହେବ, ଏ ସମ୍ପର୍କରେ ଆଲୋଚନା ହେବ ।
ସୂଚନାଯୋଗ୍ୟ, ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର (ପିଜି)ର ନାମଲେଖା, ପାଠପଢା ଓ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ଲକ୍ ଡାଉନ ବେଳେ ପାଠପଢ଼ା ସହିତ ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ ।
Powered by Froala Editor