ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗ

ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।
ଯାଜପୁର ବଡ଼ଚଣା ବାଲିପଡିଆ ଗାଁରେ ନୀଳମଣିଙ୍କ ଘର। ୪ ଦିନ ତଳେ ତାଙ୍କର ବ୍ରେନ୍ଷ୍ଟ୍ରୋକ୍ ହୋଇଥିଲା। ତାଙ୍କୁ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ବିଶିଷ୍ଟ ବ୍ୟକ୍ତି ବିଶେଷ ମେଡିକାଲ୍ରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Powered by Froala Editor