୩ ଦିନ ରାଜ୍ୟର ହେବ ବର୍ଷା

ଭୁବନେଶ୍ବର : ପାଣିପାଗ ବିଭାଗ ରାଜ୍ୟରେ ପୁଣି ବର୍ଷା ନେଇ ସୂଚନା ଦେଇଛି। ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ। ଏନେଇ ଆକଳନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ବର୍ତ୍ତମାନ ରାଜ୍ୟରେ ପ୍ରବଳ ଶୀତ ହେଉଥିବା ବେଳେ ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ। ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ହେବ। ୪ ତାରିଖ ସକାଳ ସାଢେ ଆଠଟା ପର୍ୟ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ।
ସେପଟେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଛି। ଉପାନ୍ତରୁ ଉପକୂଳ ସବୁଠି ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିଛି। ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ହାଲୁକା ଶୀତ ହେବ। ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବଢିବ। ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବା ରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବ।
Powered by Froala Editor