ରାଜ୍ୟରେ ଦିନକରେ ୪୮୫୨ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୭୩୧୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬୫ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୦୮୭ଜଣ ଲୋକାଲ୍ କେସ୍ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୫୧୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୮୧୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୫୯୦୩୬୩ ସାମ୍ପୁଲ ଟେଷ୍ଟ୍ ହୋଇସାରିଲାଣି ।
Powered by Froala Editor