ମାଲକାନଗିରି କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ମାଲକାନଗିରି : ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା କାଡ଼ା ଅଫିସର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତି । ଏହାସାଙ୍ଗେ କନିଷ୍ଠ ଯନ୍ତ୍ରୀ ଘର ଏବଂ ଅଫିସରେ ଚଢାଉ ଚାଲିଛି ।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସ୍ଥିତ ଭଡ଼ା ଘର ଓ ସରକାରୀ କାର୍ୟ୍ୟାଳୟ ସହ ଭୁବନେଶ୍ବର ଓ ବାଲେଶ୍ବର ବାସ ଭବନ ଉପରେ ଏକା ସମୟରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ମାଲକାନଗିରି ସମେତ ନିଜ ଘର ଜଳେଶ୍ଵର ଓ ଭୁବନେଶ୍ବରରେ ଥିବା ନିଜସ୍ୱ ଏକ ଫ୍ଲାଟ୍ ଓ ପୋଖରୀପୁଟରେ ଥିବା ଶଶୁର ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ ଜାରି ରହିଛି । ମାଲକାନଗିରି ଭଡ଼ା ଘରୁ ଏ ପର୍ୟ୍ୟନ୍ତ ୧ ଲକ୍ଷ ୨୦ ହଜାର ଟଙ୍କା ନଗଦ ମିଳିଥିବା ବେଳେ ଏକାଧିକ ବ୍ୟାଙ୍କ ଆକାଉଣ୍ଟର ପାସ୍ ବୁକ ମିଳିଛି । ଏହା ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ ।
Powered by Froala Editor