ହେମନ୍ତ ସୋରେନ୍ ଗିରଫ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ତାଙ୍କୁ ଦୀର୍ଘ ୫ ଘଣ୍ଟାରରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି।
ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ ରାଜଭବନରେ ପହଞ୍ଚିଥିଲେ। ଇଡି ଅଧିକାରୀଙ୍କ ଉପସ୍ଥିତିରେ ସେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନଙ୍କୁ ନିଜର ଇସ୍ତଫାପତ୍ର ଦେଇଥିଲେ। ଏହାପରେ ଇଡି ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଥିବା ଘୋଷଣା କରିଛି। ଶାସକ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ଅନ୍ୟତମ ବରିଷ୍ଠ ନେତା ତଥା ପରିବହନ ମନ୍ତ୍ରୀ ଚମ୍ପାଇ ସୋରେନ୍ ହେମନ୍ତଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବେ।
ଗିରଫ କରିବା ପରେ ଇଡି ହେମନ୍ତଙ୍କୁ ନିଜ ହେପାଜତକୁ ନେଇଯାଇଛି। ତେବେ, ସେ ଇସ୍ତଫା ଦେବା ପରେ ହିଁ ଗିରଫ ମେମୋରେ ଦସ୍ତଖତ କରିବେ ବୋଲି ଘୋଷଣା କରି ଅଧିକାରୀଙ୍କ ସହ ଆଲୋଚନା କରିଥିବା ସୂତ୍ରରୁ ପ୍ରକାଶ।
Powered by Froala Editor