ବଜେଟ ଉପସ୍ଥାପନ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ବଜେଟ ଉପସ୍ଥାପନ ପୂର୍ବରୁ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁଙ୍କୁ ଭେଟିଲେ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀଙ୍କ ସହ ଅର୍ଥରାଷ୍ଟ୍ର ମନ୍ତ୍ରୀ ଭାଗବତ କ୍ରିଷ୍ଣାରାଓ ଏବଂ ପଙ୍କଜ ଚୌଧୁରୀ ଏବଂ ଅର୍ଥ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ରାଷ୍ଟ୍ରପତି ଭବନରେ ଉପସ୍ଥିତ ଥିଲେ ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ୍ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତରୀଣ ବଜେଟ ଉପସ୍ଥାପନ କରିବେ । ନିର୍ବାଚନ ଆଉ କିଛି ମାସ ବାକି ଥିବାରୁ ଚଳିତ ବଜେଟରେ ନିର୍ବାଚନୀ ଛିଟା ଦେଖିବାକୁ ମିଳିବ । ଜନମତକୁ ଟାଣିବା ପାଇଁ ମୋଦି ସରକାର କେତେକ ବଡ଼ ଘୋଷଣା କରିବେ ବୋଲି ଆଶା କରାଯାଉଛି ।
ଆଜି ଉପସ୍ଥାପନ ହେବାକୁ ଥିବା ଅନ୍ତରୀଣ ବଜେଟକୁ କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ବଜେଟକୁ ମଞ୍ଜୁରୀ ମିଳିଛି । ଆଜି ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ନିର୍ମଳା ସୀତାରମଣ ଅର୍ଥମନ୍ତ୍ରୀ ଭାବେ ଷଷ୍ଠ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ । ଏହା ପରେ ତାଙ୍କ ନାଁରେ ନୂଆ ରେକର୍ଡ ଯୋଡି ହୋଇଯିବ । ସର୍ବାଧିକ ଥର ବଜେଟ୍ ଉପସ୍ଥାପନ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋରାରଜୀ ଦେଶାଇଙ୍କ ସମକକ୍ଷ ହେବେ ସୀତାରମଣ ।
Powered by Froala Editor