Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ...

Home ›› ››ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଅପରିବର୍ତ୍ତିତ ରହିବ ଟିକସ ବ୍ୟବସ୍ଥା

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଅପରିବର୍ତ୍ତିତ ରହିବ ଟିକସ ବ୍ୟବସ୍ଥା

2024-02-01 07:49:00
15694
Share:
Facebook
Twitter
E-Mail
WhatsApp
Telegram
ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଅପରିବର୍ତ୍ତିତ ରହିବ ଟିକସ ବ୍ୟବସ୍ଥା

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଲୋକସଭାରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ସମୟରେ ସେ  ପ୍ରଥମ ଓ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କରିବା ସହ ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ । ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଓ ସରଳ କରାଯିବ । ବିକଶିତ ଭାରତକୁ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା କରାଯିବ । ବିତ୍ତୀୟ ନିଅଣ୍ଟକୁ ୪.୫ ପ୍ରତିଶତକୁ ହ୍ରାସ କରାଯିବା ଲକ୍ଷ୍ୟ ରହିଛି । ୨୦୨୪-୨୪ରେ ବିତ୍ତୀୟ ନିଅଣ୍ଟ ୫.୧ ପ୍ରତିଶତ ହେବା ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।  କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ କରାଯାଇଥିବା ସମ୍ପର୍କରେ ମଧ୍ୟ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି । ସବକା ସାଥ, ସବକା ବିକାଶ ଓ ସବକା ପ୍ରୟାସ ଚାଲୁ ରହିଛି । ସବକା ସାଥ ମନ୍ତ୍ରରେ ଦେଶ ଆଗେଇ ଚାଲିଛି । ତେବେ ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସରକାର ସୁବିଧା ଯୋଗାଉଛନ୍ତି । ଗରିବ, ମହିଳା, ଯୁବ ଓ ଅନ୍ନଦାତାଙ୍କ ଉନ୍ନତିଙ୍କୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଗରିବ କଲ୍ୟାଣ ହେଉଛି ଦେଶର କଲ୍ୟାଣ ବୋଲି  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି । 

ସେହିପରି ସେ କହିଛନ୍ତି  ଯେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତି ଦିଆଯାଇଛି । ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି ।  ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି ।

 ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି । ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି । ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି ଓ ୭ଟି ଆଇଆଇଏମ ପ୍ରତିଷ୍ଠା ହୋଇଛି । ୧୩ଟି ଏମସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି ।
ସେହିପରି ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା ଅର୍ଥମନ୍ତ୍ରୀ କହିଛନ୍ତି । ଜି-ଗଭର୍ଣ୍ଣାନ୍ସ, ଡି-ଡେଭଲପମେ, ପି- ପରଫରମାନ୍ସ । ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ । ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ୧ କୋଟି ଘରକୁ ୩ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହାଛଡ଼ା ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନସର ଟିକା ଦିଆଯିବ ବୋଲି ସେ କହିଛନ୍ତି । ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା ଆରମ୍ଭ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବା ନେଇ ମଧ୍ୟ ସେ କହିଛନ୍ତି ।
୩କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି । ୮୩ ଲକ୍ଷ ଏସଏଚଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି । ଏଯାବତ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ସେହିପରି ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନା ବ୍ୟବସ୍ଥା କରାଯାଇଛି । ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ୪୦ ହଜାର ସାଧାରଣ ବଗି ବନେ୍ଦ ଭାରତ ବଗିକୁ ରୂପାନ୍ତର ହେବ । ଉଡ଼ାଣ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ କରାଯିବ ବୋଲି ଘୋଷଣା କରିଛନ୍ତି । ୫୭୦ ନୂଆ ରୁଟରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ ।  ଲାକ୍ଷାଦ୍ୱୀପକୁ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବ । ଲାକ୍ଷାଦ୍ୱୀପରେ ଭିତ୍ତି ଭୂମିର ବ୍ୟାପକ ବିକାଶ କରାଯିବ ।  ସେହିପରି ରାଜ୍ୟମାନଙ୍କୁ ୭୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।  

Powered by Froala Editor

Tags Budget

Related articles Odisha News Lens 4.1

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13794
    Feb 22, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14720
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14862
    Feb 23, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14692
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13566
    Feb 22, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15165
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14509
    Feb 22, 2026
  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର
    ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14484
    Feb 22, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14427
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14692
    Feb 22, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14720
    Feb 23, 2026
  • ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14862
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16236
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15165
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15934
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14467
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15235
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15949
    Feb 17, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14962
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14475
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16086
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15371
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14509
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13566
    Feb 22, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15165
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In