Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

ରାଜ୍ୟ
Home ›› ରାଜ୍ୟ ››୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପିତ

୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପିତ

2024-02-01 16:45:40
14271
Share:
Facebook
Twitter
E-Mail
WhatsApp
Telegram
୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌  କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର - ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌  କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌  କେନ୍ଦ୍ର ଖୋଲାଯିବ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଲେ ଯେ ସରକାରୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରଗୁଡିକରେ ମାଗଣାରେ ଚିକିତ୍ସା ଦିଆଯିବା ସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ BSKY ନବୀନ କାର୍ଡ ଜରିଆରେ ବର୍ଷକୁ ୪ କୋଟିରୁ ଅଧିକ ଲୋକଙ୍କୁ ବିନା ମୂଲ୍ୟରେ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହା ଦ୍ୱାରା ରୋଗ ହେଲେ ଲୋକମାନଙ୍କର ଅର୍ଥ ପାଇଁ ଚିନ୍ତା କରିବାର ସମସ୍ୟା ଦୂର ହୋଇପାରିଛି।


 କିଡନୀ   ରୋଗର ଚିକିତ୍ସା  ବହୁତ  ବ୍ୟୟସାପେକ୍ଷ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏସବୁ କେନ୍ଦ୍ର ପ୍ରତିଷ୍ଠା ଦ୍ୱାରା ଏଣିକି କିଡନୀ ରୋଗୀ ମାନେ ଘର ପାଖରେ ବିନା ମୂଲ୍ୟରେ ଡାଏଲେସିସ୍‌  ସେବା ପାଇ ପାରିବେ। 


 ସେ କହିଲେ ଯେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଲକ୍ଷ୍ୟରେ ୨୦୧୮ରେ ମାଗଣା ଡାଏଲେସିସ୍‌  ସେବା- ସହାୟ ଆରମ୍ଭ ହୋଇଥିଲା। ଏହି ସେବା ଯୋଗାଇ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଥିଲା।


ପ୍ରଥମ ପର୍ଯ୍ୟାୟରେ ଏହି ସେବା  ସମସ୍ତ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ  ଆରମ୍ଭ ହୋଇଥିଲା । ଏବେ 5T ଉପକ୍ରମରେ ଏହାକୁ ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନା ପର୍ଯ୍ୟନ୍ତ ସଂପ୍ରସାରଣ କରାଯାଇଛି। ଉପଜିଲ୍ଲା ସ୍ତରରେ 32 ଟି ଡାଏଲେସିସ୍‌  କେନ୍ଦ୍ର ଖୋଲାଯିବ ମୁଖ୍ୟମନ୍ତ୍ରୀ କହିଛନ୍ତି। ରୋଗୀଙ୍କୁ ମାଗଣା  ଡାଏଲେସିସ୍‌  ସେବା  ଦେବା ପାଇଁ ରାଜ୍ୟ ସରକାର ବର୍ଷକୁ ୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ସେ କହିଥିଲେ।


ମୋ ପାଇଁ ସବୁ ଜୀବନ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରଗୁଡିକର ରୁପାନ୍ତର କରାଯାଉଛି। ଆମ ହସ୍ପିଟାଲ କାର୍ଯ୍ୟକ୍ରମରେ ରୋଗୀଙ୍କୁ ଭଲ ସେବା ଯୋଗାଇ ଦେବା ପାଇଁ କାମ ଚାଲିଛି।ସେଠାରେ  ଧନୀ  ଗରିବ ସମସ୍ତ ଙ୍କୁ ମାଗଣା ଚିକିତ୍ସା  ସୁବିଧା ମିଳୁଛି।

ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା ଲକ୍ଷ୍ୟ  ପୂରଣ  ଦିଗରେ ଆମର  ଏହି କାର୍ଯ୍ୟକ୍ରମ   ବିଶେଷ ସହାୟକ ହେବ ବୋଲି ସେ ଦୃଢ ବିଶ୍ବାସ ପ୍ରକଟ କରିଥିଲେ।


ସୂଚନାଯୋଗ୍ୟ ଯେ ପୂର୍ବରୁ ୨୦୧୮ରେ ରାଜ୍ୟ ସରକାର ‘ସହାୟ-ଦେୟମୁକ୍ତ ଡାଏଲେସିସ୍‌  ସେବା’ ଆରମ୍ଭ କରିଥିଲେ। ଏଥିରେ ମେଡିକାଲ କଲେଜ ହସ୍ପିଟାଲ ଓ  ଜିଲ୍ଲା ହେଡକ୍ୱାର୍ଟର୍ସ ହସ୍ପିଟାଲରେ ୩୬ଟି ଡାଏଲେସିସ୍‌  କେନ୍ଦ୍ର ଖୋଲିଥିଲେ। ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌  କେନ୍ଦ୍ର ଖୋଲା ଯିବାର ଲକ୍ଷ୍ୟ ରହିଛି। ଏଥିରୁ ମୁଖ୍ୟମନ୍ତ୍ରୀ ଆଜି ୧୬ଟି ଲୋକାର୍ପିତ କଲେ। ଏହି କେନ୍ଦ୍ରଗୁଡିକ ହେଉଛି ଖୋର୍ଦ୍ଦା, ପାଲଲହଡା, ତାଳଚେର, ସୋର,କାମକ୍ଷାନଗର, ହିନ୍ଦୋଳ, ଧର୍ମଗଡ, ଗୁଣୁପୁର, ବାଲିଗୁଡା, ଆନନ୍ଦପୁର, ଚମ୍ପୁଆ, ବଣାଇଗଡ, ରାଇରଙ୍ଗପୁର, ଉଦଳା, ତିଗିରିଆ ଓ ଡୁଙ୍ଗୁରୁପାଲି। ଏହି ସଂପ୍ରସାରଣ ଦ୍ୱାରା ୬୮ଟି ଡାଏଲେସିସ୍‌  କେନ୍ଦ୍ରରେ ବର୍ଷକୁ ୩.୭୦ ଲକ୍ଷ ସେସନ୍‌ ଡାଏଲେସିସ୍‌  ହୋଇପାରିବ ଏବଂ ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।


କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲ୍ଲୀଠାରେ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ  ଯୋଗଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିରେ ଓଡିଶାର ସାଢେ ୪ କୋଟି ଜନସାଧାରଣ ତାଙ୍କ ପରିବାର। ପ୍ରତି ଜୀବନ ତାଙ୍କ ପାଇଁ ମୂଲ୍ୟବାନ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଆଜି ରାଜ୍ୟର ଗରୀବ ରୋଗୀ ଦେଶର ପ୍ରତିଷ୍ଠିତ ଡାକ୍ତରଖାନାରେ ଚିକିତ୍ସିତ ହୋଇପାରୁଛି ।


କଟକ ଜିଲ୍ଲା ତିଗିରିଆରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଏଣିକି ଡାଏଲେସିସ୍‌  ପାଇଁ ଆଉ ଦୂରକୁ ଯିବାକୁ ପଡିବ ନାହିଁ କିଡନୀ ରୋଗୀମାନଙ୍କୁ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବହୁ ଯୁଗାନ୍ତକାରୀ ଯୋଜନା ଓ କାର୍ଯ୍ୟକ୍ରମ ଆରମ୍ଭ କରି ଦେଶରେ ଉଦାହରଣ ସୃଷ୍ଟି କରିଛନ୍ତି  ମୁଖ୍ୟମନ୍ତ୍ରୀ।


5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ କ୍ୟାନ୍‌ସର ଓ କିଡନୀ ରୋଗ ପାଇଁ ବହୁତ ଟଙ୍କା ଖର୍ଚ୍ଚ ହୋଇଥାଏ । ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶାର ସାଢେ ଚାରି କୋଟି ଲୋକଙ୍କୁ ତାଙ୍କ ପରିବାର ଭାବେ ଗ୍ରହଣ କରିଛନ୍ତି। ତେଣୁ ଏହାକୁ ଗୁରୁତ୍ୱର ସହ ନେଇ କ୍ୟାନ୍‌ସର ପାଇଁ କେମୋଥେରାପି ସୁବିଧା ଓ କିଡନୀ ରୋଗ ପାଇଁ ଡାଏଲେସିସ୍‌  ସୁବିଧା ଘର ପାଖରେ ମାଗଣାରେ କରିଛନ୍ତି। ଏହି ଡାଏଲେସିସ୍‌  ସୁବିଧା ଆଜି ଆପଣଙ୍କ ଘର ପାଖରେ ଉପଲବ୍ଧ ହୋଇଛି। ସମସ୍ତ ରୋଗୀ ଏଣିକି ବିନା ଖର୍ଚ୍ଚରେ ଘର ପାଖରେ ଏହି ସୁବିଧା ପାଇବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଗ୍ରାମାଞ୍ଚଳରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଜୁ ନବୀନ କାର୍ଡ ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ସବୁ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ହେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ମାନେ ସମାଜର ସେବା କରୁଛନ୍ତି। ତେଣୁ ସେମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଲେ ଯେ BSKY ନବୀନ କାର୍ଡ ପଞ୍ଜିକରଣ ସମୟ ଅବଧିକୁ ଆବଶ୍ୟକ ପଡିଲେ ଆହୁରି ବୃଦ୍ଧି କରାଯିବ।


ବଣାଇ, ଗୁଣୁପୁର, ପାଲଲହଡା, ଧର୍ମଗଡ, ସୋର, ଉଦଳା ଓ ରାଇରଙ୍ଗପୁର ଉପଜିଲ୍ଲା ଡାକ୍ତରଖାନାରେ ଆୟୋଜିତ କାର୍ଯ୍ୟକ୍ରମରେ କିଡନୀ ରୋଗ ପାଇଁ ଡାଏଲେସିସ୍‌  ନେଉଥିବା ରୋଗୀମାନେ ଦେବେନ୍ଦ୍ର ଦାସ, ବିଜୟଲକ୍ଷ୍ମୀ ସାହୁ, ଭଗବାନ ପାତ୍ର, ଅଭିକ୍ଷେତ୍ର ସୁନାନୀ, ସତ୍ୟଜିତ ପଣ୍ଡା, ଚିତ୍ତରଞ୍ଜନ ବେହେରା ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ପୂର୍ବରୁ ଡାଏଲେସିସ୍‌  ପାଇଁ ଆମେ ଦୂରକୁ ଯାଇ ମାନସିକ ଓ ଆର୍ଥିକ ସ୍ତରରେ ସମସ୍ୟାର ସମ୍ମୁଖିନ ହେଉଥିଲୁ। 5T ଅଧ୍ୟକ୍ଷ ଆମ ଅଞ୍ଚଳକୁ ଜିଲ୍ଲାଗସ୍ତ ସମୟରେ ଆସିଥିବା ବେଳେ ଆମେ ତାଙ୍କୁ ଆମର ଅସୁବିଧା ବିଷୟରେ କହିଥିଲୁ । ଆଜି ଆମର ଅସୁବିଧା ଦୂର ହେଲା ବୋଲି କହି ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।


କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13548
    Sep 09, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15524
    Sep 09, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    14064
    Sep 08, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14561
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ
    ବାଣିଜ୍ୟ

    ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13591
    Sep 08, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14579
    Sep 10, 2026
  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ :  ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି
    ଦେଶ-ଦେଶାନ୍ତର

    ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14419
    Sep 08, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15491
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14701
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    14064
    Sep 08, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13548
    Sep 09, 2026
  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15491
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17085
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17751
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17752
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18157
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15524
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14535
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13846
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14653
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14958
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13591
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14485
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15028
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14986
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    14064
    Sep 08, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14579
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14701
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In