Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

ରାଜ୍ୟ
Home ›› ରାଜ୍ୟ ››ବଜେଟ ଅଧିବେଶନ: ୭୫୦ କୋଟି ବ୍ୟୟରେ ଆମ ହସ୍ପିଟାଲ ଯୋଜନା ଆରମ୍ଭ

ବଜେଟ ଅଧିବେଶନ: ୭୫୦ କୋଟି ବ୍ୟୟରେ ଆମ ହସ୍ପିଟାଲ ଯୋଜନା ଆରମ୍ଭ

2024-02-05 08:55:53
15360
Share:
Facebook
Twitter
E-Mail
WhatsApp
Telegram
ବଜେଟ ଅଧିବେଶନ: ୭୫୦ କୋଟି ବ୍ୟୟରେ ଆମ ହସ୍ପିଟାଲ ଯୋଜନା ଆରମ୍ଭ

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ଏହାଛଡ଼ା ୭୫୦ କୋଟି ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି । ଏହାଛଡ଼ା ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି ବୋଲି ରାଜ୍ୟପାଳ ରଘୁବର ଦାସ ଆଜି ବିଧାନସଭାରେ କହିଛନ୍ତି । 

ସୋମବାର ଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେଶନ । ବିଧାନସଭା ଭିତରେ ପ୍ରବେଶ ପୂର୍ବରୁ ପ୍ରଥମେ ରାଜ୍ୟପାଳ ରଘୁବର ଦାସଙ୍କୁ ଗାର୍ଡ ଅର୍ଫ ଅନର ଦିଆଯାଇଥିଲା । ପରେ ରାଜ୍ୟପାଳ ବିଧାନସଭା ଭିତରେ  ଦିବଂଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିସହ ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପରେ ରାଜ୍ୟପାଳ ନିଜର ଅଭିଭାଷଣ ଆରମ୍ଭ କରିଥିଲେ । ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି ।

ନିଜର ଅଭାଭାଷଣ ପ୍ରାରମ୍ଭରେ ରାଜ୍ୟପାଳ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଏହି ପ୍ରକଳ୍ପ ୮ଶହ କୋଟିରେ ନିର୍ମାଣ ହୋଇଛି ଯାହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଥିବା ରାଜ୍ୟପାଳ କହିଛନ୍ତି । 

ଏହାଛଡ଼ା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି । ନୂଆ-ଓ ଯୁବ ଭାଗିଦାରୀକୁ  ସଶକ୍ତ କରିବ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ କରାଯାଇଛି । 

୫-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ ବୋଲି ରାଜ୍ୟପାଳ କହିଛନ୍ତି ।

ଏହାଛଡ଼ା ସେ କହିଛନ୍ତି ଯେ ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ କରାଯାଇଛି । ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ଦିଆଯାଇଛି । 

ସେହିପରି ରାଜ୍ୟପାଳ କହିଛନ୍ତି ଯେ ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ।  

ଏହାଛଡ଼ା ରାଜ୍ୟପାଳ କହିଛନ୍ତି ଯେ ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ ପରିବାକୁ ରାଜ୍ୟ ସରକାର ଚାଉଳ ଦେଉଛନ୍ତି । ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି । ୧୭.୧୧ ଲକ୍ଷ ଚାଷୀଙ୍କ ଠାରୁ ୭୯.୧୬ ଲକ୍ଷ ଟନ ଧାନ ସଂଗ୍ରହ ହୋଇଛି । ରାଜ୍ୟର ୪୦ ପ୍ରତିଶତ ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି । ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି ।

ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି । ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଆରମ୍ଭ ହୋଇଛି । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଦିଆଯାଉଛି । 

ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି । ତେବେ ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବ ସହରାଞ୍ଚଳ ବସ୍ତିମୁକ୍ତ ହେବ ।

ସେହିପରି ନୁ୍ୟୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଚାଲିଛି । ଡ୍ରିଙ୍କ ଫ୍ରମ ଟ୍ୟାପରେ ପୁରୀ ଓ ଗୋପାଳପୁର ଦେଶର ପ୍ରଥମ ଓ ୨ୟ ସହର । ୨୪ ହସରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ପାଉଛନ୍ତି । ୩୪୧୧ କୋଟି ଖର୍ଚ୍ଚରେ ୬୮୭୨ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି । କୋରାପୁଟ ଜିଲ୍ଲା କୋଟିଆରେ ସ୍ୱତନ୍ତ୍ର ଆଦର୍ଶ ବିଦ୍ୟାଳୟ କରାଯାଇଛି । ମିଶନ ଶକ୍ତି ଋଣ ଯୋଜନାରେ ବିନା ସୁଧରେ ୫ ଲକ୍ଷ ଯାଏଁ ଋଣ ମିଳୁଛି ବୋଲି ରାଜ୍ୟପାଳ କହିଛନ୍ତ ।

ଏହାଛଡ଼ା ଆନ୍ତଃ-ଜାତି ବିବାହକୁ ସ୍ୱୀକୃତି ପାଇଁ ଦମ୍ପତିଙ୍କୁ ୨.୫ ଲକ୍ଷ ପ୍ରୋତ୍ସାହନ ଦିଆଯାଉଛି । ୫୩.୦୯ ଲକ୍ଷ ଲୋକଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଉଛି । ଅସହାୟା, ସ୍ୱାମୀ ପରିତ୍ୟକ୍ତା ଓ କୋଭିଡ ଯୋଗୁଁ ବିଧବାଙ୍କୁ ଭତ୍ତା ମିଳୁଛି । 

Powered by Froala Editor

Tags Assembly

Related articles Odisha News Lens 4.1

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15285
    Jul 12, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13592
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    15107
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14198
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14266
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    14107
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14504
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14811
    Jul 11, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15454
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13592
    Jul 12, 2026
  • ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15285
    Jul 12, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14504
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16972
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17584
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17638
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18038
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14266
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14763
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15555
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15665
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15477
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15843
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15710
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13817
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14937
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14198
    Jul 12, 2026
  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15454
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14266
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In