ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୧୫ ଯାଏ କରିପାରିବେ ନାମାଙ୍କନ ପତ୍ର ଦାଖଲ
ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ।
୨୭ ଫେବୃଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ। ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ। ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ୟ୍ୟ କାଳ ସରୁଛି।
ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି। ସୂଚନା ଥାଉକି, ଆସନ୍ତା ଫେବ୍ରୁଆରୀ ୨୭ରେ ଓଡ଼ିଶା ସମେତ ୧୫ ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଏହିସବୁ ସାଂସଦଙ୍କ କାର୍ୟ୍ୟକାଳ ଆସନ୍ତା ଏପ୍ରିଲ ୩ ତାରିଖରେ ଶେଷ ହେଉଛି।
ଓଡ଼ିଶାର ୩ ସାଂସଦ ଅମର ପଟ୍ଟନାୟକ , ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ୟ୍ୟକାଳ ଶେଷ ହେଉଛି। କାର୍ୟ୍ୟକାଳ ଅବଧି ସରିବା ପୂର୍ବରୁ ଫେବ୍ରୁଆରୀ ୨୭ରେ ଭୋଟଗ୍ରହଣ ହେବ। ତେବେ ସଂଖ୍ୟା ଦୃଷ୍ଟିରୁ ଏହି ୩ଟି ଆସନ ବିଜେଡି ଖାତାକୁ ଆସିବ ।
Powered by Froala Editor