ବିଜେଡିରୁ ଇସ୍ତଫା ଦେଲେ ଏହି ବିଧାୟକ
ତେଲକୋଇ: ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ । ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ । ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ଇସ୍ତଫା । ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ବିଜେଡି ଦଳ ସଭାପତିଙ୍କୁ ଚିଠି ଲେଖି ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ ।
ଗତ ୧୨ ଅକ୍ଟୋବର ୨୦୨୩ରୁ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି । ତେବେ ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ପ୍ରେମାନନ୍ଦଙ୍କ ଇସ୍ତଫାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା ।
ସେପଟେ ବିଜେଡିରୁ ଇସ୍ତଫା ଦେଇଥିଲେ ମଧ୍ୟ ନିଜର ଆଗାମୀ ରାଜନୈତିକ ଭବିଷ୍ୟତ ବାବଦରେ କୌଣସି ସୂଚନା ଦେଇନାହାନ୍ତି ପ୍ରେମାନନ୍ଦ ।ଗତ ୨୦୦୯ରେ ପ୍ରଥମ ଥର ତେଲକୋଇରୁ ବିଧାୟକ ହୋଇଥିଲେ। ୨୦୧୯ରେ ଦ୍ୱିତୀୟ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟ ଥର ବିଧାୟକ ହେବା ପରେ ପ୍ରେମାନନ୍ଦ ନାୟକଙ୍କୁ ମନ୍ତ୍ରୀପଦ ମିଳିଥିଲା। ୨୦୨୨ରେ ମନ୍ତ୍ରିମଣ୍ଡଳ ଅଦଳବଦଳରେ ମନ୍ତ୍ରୀପଦରୁ ବାଦ୍ ପଡ଼ିଥିଲେ।
ସୂଚନାଥାଉକି, କିଛି ଦିନ ପୂର୍ବରୁ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଥିଲେ ।
Powered by Froala Editor