ସାତକଡ଼ି ହୋତାଙ୍କ ଦେହାନ୍ତ
ଭୁବନେଶ୍ୱର :ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି।
ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। କବିତାରୁ ସେ ନିଜ ସାହିତ୍ୟ ସର୍ଜନା ଆରମ୍ଭ କରିଥିଲେ। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ଓ ୧୯୭୧ରେ ପ୍ରଥମ ଗପ ପ୍ରକାଶ ପାଇଥିଲା।ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଆଦି ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ସେ ଲେଖନୀ ଚାଳନା କରିଥିଲେ।
୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନ ଜନକ ଶାରଳା ପୁରସ୍କାର ପାଇଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ଓ ଉତ୍କଳ ସାହିତ୍ୟ ସମାଜ ଉପନ୍ୟାସ ସମ୍ମାନ ଭଳି ଅନେକ ସମ୍ମାନ ସେ ପାଇଥିଲେ।
Powered by Froala Editor