Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ରାଜ୍ୟ
Home ›› ରାଜ୍ୟ ››ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି

ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି

2024-02-12 10:09:26
13495
Share:
Facebook
Twitter
E-Mail
WhatsApp
Telegram
ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି

ଭୁବନେଶ୍ୱର: ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌  ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରି ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ୟ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ୟ୍ୟାୟରେ  ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ।  

ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ  ୪୪ଟି ବସ୍‌ ଚାଲିଲା ଏବଂ ୧୬.୫୦ ଲକ୍ଷ ଲୋକ ଉପକୃତ ହେଲେ । ବରଗଡର ୨୪୩ଟି ପଞ୍ଚାୟତରେ  ୬୦ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ  ୨୫ଟି ବସ୍‌ ଚାଲିଲା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ । ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ  ୧୦୭ଟି ବସ୍‌ ଚାଲିଲା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ  ୬୫ଟି ବସ୍‌ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ୟ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।  ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ। ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ୟ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ।  ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ । କାର୍ୟ୍ୟକ୍ରମରେ ବଲାଙ୍ଗିରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ସୁନ୍ଦରଗଡରେ ଉପସ୍ଥିତ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜଠାରେ ଉପସ୍ଥିତ ବିଦ୍ୟାଳୟ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମହିଳା ଶିଶୁ ବିକାଶ ମନ୍ତ୍ରୀ ଶ୍ରାମତୀ ବାସନ୍ତି ହେମ୍ବ୍ରମ ପ୍ରମୁଖ କହିଥିଲେ ଯେ ସମୟ ଥିଲା ସମାଜରେ ମା’ମାନେ ଅବହେଳିତ ଅବସ୍ଥାରେ ଥିଲେ। ଆଜି ସବୁ କ୍ଷେତ୍ରରେ ମହିଳାମାନଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାଗ୍ରେ ରଖିଛନ୍ତି। ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଭଲ ସଡକ ନିର୍ମାଣ ହୋଇଛି। ଲକ୍ଷ୍ମୀ ବସ୍‌ ଦ୍ୱାରା ଗ୍ରାମାଞ୍ଚଳବାସୀଙ୍କର ଯାହା ଅଭାବ ଥିଲା ତାହା ପୂରଣ ହୋଇଗଲା।  ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ଜାତୀୟ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଛନ୍ତି। ଓଡିଶାର ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ ।

କାର୍ୟ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ  ଭି କାର୍ତ୍ତିକ ପାଣ୍ଡିଆନ ବରଗଡବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଚଳିତ ମାସ ୨୦ ତାରିଖରେ ଆପଣମାନଙ୍କର ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ। ସେହିପରି ମୟୁରଭଞ୍ଜ ଜିଲ୍ଲାବାସୀଙ୍କୁ କହିଥିଲେ ଯେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀର ବିକାଶ କାର୍ୟ୍ୟ ଜାରି ରହିଛି ଏବଂ ମୟୁରଭଞ୍ଜ ଜିଲ୍ଲାର ସମସ୍ତ ପର୍ୟ୍ୟଟନ ସ୍ଥଳୀର ବିକାଶ କାର୍ୟ୍ୟ କରାଯିବ। ସୁନ୍ଦରଗଡ ଜିଲ୍ଲାର ବେଦବ୍ୟାସ ପୀଠର ରୂପାନ୍ତରଣ ସହିତ ବିଭିନ୍ନ ମନ୍ଦିର ଓ ଚର୍ଚ୍ଚର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ କହିଥିଲେ ଯେ ମା’ମାନେ ଅନୁରୋଧ କରିଥିଲେ ମଧୁବାବୁ ପେନସନ ବଢାଇବାକୁ । ଆପଣମାନଙ୍କ ଅନୁରୋଧ ରକ୍ଷାକରି ପ୍ରିୟ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ରାଶିକୁ ବଢାଇଛନ୍ତି। ଖୁବ ଶୀଘ୍ର ମିଶନଶକ୍ତି ମା’ମାନଙ୍କ ପାଇଁ ଅଧିକ ୫ ଲକ୍ଷ ଟଙ୍କାର ଲୋନ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିବେ ବୋଲି ସେ କହିଥିଲେ। ଲକ୍ଷ୍ମୀ ବସ୍‌ ହେଉଛି ଓଡିଶାବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ  ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଅତାବିରାରେ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବରଗଡରେ ବିଧାୟକ ଶ୍ରୀ ଦେବେଶ ଆଚାର୍ୟ୍ୟ, ପାଟନାଗଡରେ ବିଧାୟକ ଶ୍ରୀ ସରୋଜ ମେହେର, କେନ୍ଦୁଝରରେ ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ, ଘସିପୁରା ବିଧାୟକ ଶ୍ରୀ ବଦ୍ରି ନାରାୟଣ ପାତ୍ର, ବଲାଙ୍ଗିରରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ, ସୁନ୍ଦରଗଡରେ ଆମ ଓଡିଶା ନବୀନ ଓଡିଶା ସଂଯୋଜକ ଶ୍ରୀ ଯୋଗେଶ କୁମାର ସିଂ ପ୍ରମୁଖ ମଧ୍ୟ ଲକ୍ଷ୍ମୀ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସାକରିବା ସହିତ ୫ଞ ଅଧ୍ୟକ୍ଷଙ୍କ ଦକ୍ଷତାର ଉଚ୍ଚ ପ୍ରଶଂସା କରିଥିଲେ। କାର୍ୟ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15406
    Sep 30, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15103
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14892
    Oct 02, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14367
    Oct 02, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15474
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14358
    Oct 02, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15226
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15927
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14777
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14777
    Oct 01, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15927
    Oct 01, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15226
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17146
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17835
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17798
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18213
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15378
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14051
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15791
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15358
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14732
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14908
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14395
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14343
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15959
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15103
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14892
    Oct 02, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15226
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In