Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

ରାଜ୍ୟ
Home ›› ରାଜ୍ୟ ››5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

2024-02-12 18:12:17
14033
Share:
Facebook
Twitter
E-Mail
WhatsApp
Telegram
5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

ଭବନେଶ୍ବର - 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଯାଜପୁର ଜିଲ୍ଲାର ୮୭ଟି ରୂପାନ୍ତରିତ ସ୍କୁଲକୁ   ଲୋକାର୍ପିତ କରିଛନ୍ତି ।


ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ସ୍କୁଲ ରୂପାନ୍ତରିତ ହୋଇଛି । ଆଜି ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୮୧ଟି ସ୍କୁଲ ରୂପାନ୍ତରିତ ହେଲା ।


ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।


 ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ  ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ  ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।


ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ  ଜାତିରେ  ନୂଆ  ଜାଗରଣ ର  ମାର୍ଗ  ପ୍ରଶସ୍ତ  କରିଛି  ବୋଲି  ସେ  କହିଥିଲେ ।  ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ।  ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। 


ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ 5T ର ଗୁରୁତ୍ଵ ବୁଝାଇ ଥିଲେ। ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ। 


    ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ  5T ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ  ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ଶିକ୍ଷାରେ Technologyର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି, ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।


ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। 


ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T  ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ  ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି । ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ। 


କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ ଯୋଗଦେଇ କହିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଯାଜପୁରର କୋଣ ଅନୁକୋଣରେ ରହୁଥିବା ସାଧାରଣ ମଣିଷ ତାର ପିଲାର ଭଲ ପାଠପଢିବା ଚିନ୍ତାରୁ ମୁକ୍ତ ହୋଇଛି । ଗୋଟିଏ ସାଧାରଣ ଗରିବ ପିଲା ଆଜି ଭଲ ପାଠ ପଢିବା ପାଇଁ ଆଉ ସହରକୁ ଯିବାକୁ ପଡିବ ନାହିଁ । ଘର ପାଖରେ ମୁଖ୍ୟମନ୍ତ୍ରୀ ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଓ 5T ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆଜି ଓଡିଶାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତର ଆସିଛି ବୋଲି ସେ କହିଥିଲେ । 


ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ  ଆଜି ରାଜ୍ୟର ପ୍ରତ୍ୟେକ ପିଲାଙ୍କୁ ମାଗଣାରେ ବହି, ମଧ୍ୟାହ୍ନ ଭୋଜନ ଓ ପୋଷାକ ଦିଆଯାଉଛି ଯାହା ଅନ୍ୟ ରାଜ୍ୟରେ ପ୍ରାୟତଃ ଦେଖାଯାଉ ନାହିଁ। କେବଳ ପିଲାମାନଙ୍କ ପ୍ରତି ନୁହେଁ, ସମାଜର ସବୁ ବର୍ଗର ଲୋକଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେଇ ଜଣେ ଅନୁଭବି ଓ ଦରଦି ମଣିଷ ଭାବେ ମୁଖ୍ୟମନ୍ତ୍ରୀଙ୍କ ନାଁ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ଉତ୍ତମ ଶିକ୍ଷା ଦାନ ପାଇଁ ସବୁ ବ୍ୟବସ୍ଥା କରିଛନ୍ତି। ଉତ୍ତମ ଶିକ୍ଷାଦାନ ଦେଇ ଭଲ ମଣିଷ ତିଆରି କରିବା ପାଇଁ ଶିକ୍ଷକମାନଙ୍କୁ ଏହି ଅବସରରେ ସେମାନେ ପରାମର୍ଶ ଦେଇଥିଲେ ।


କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ  ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ 5T ରୂପାନ୍ତରଣ ସରକାରୀ ସ୍କୁଲଗୁଡିକର ଗୁରୁତ୍ୱ ବୃଦ୍ଧି କରିଛି ।  ଆଜି ଯାଜପୁରର ୮୭ଟି  ବିଦ୍ୟାଳୟ ସହିତ ରାଜ୍ୟର ୩୦ଟି ଜିଲ୍ଲାରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଛି। ୨୦୨୧ ଫେବୃଆରୀ ମାସରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହା ଏକ କାର୍ଯ୍ୟକ୍ରମ ମଧ୍ୟରେ ସୀମିତ ନ ରହି ଏକ ଆନ୍ଦୋଳନରେ ପରିଣତ ହୋଇଥିଲା । ସମସ୍ତଙ୍କ ସହଯୋଗରେ ରାଜ୍ୟର ୮୬୮୧ଟି ସ୍କୁଲ ରୂପାନ୍ତରଣ ହୋଇଛି। ଏଗୁଡିକ ଆପଣମାନଙ୍କ ସମ୍ପତ୍ତି। ଏହାକୁ ନିଜର ସମ୍ପତ୍ତି ବୋଲି ଭାବି ଏହାର ରକ୍ଷଣାବେକ୍ଷଣ ଆପଣମାନେ କରିବେ। ପିଲାମାନଙ୍କୁ ଏହି ରୂପାନ୍ତରିତ ସ୍କୁଲରେ ଭଲ ପାଠ ପଢି ଉଜ୍ଜଳ ଭବିଷ୍ୟତ ଗଢିବା ପାଇଁ ପରାମର୍ଶ ଦେଇଥିଲେ।  5T ସ୍କୁଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ବଡ ବଡ ସ୍ୱପ୍ନ ଦେଖିବା ପାଇଁ ସାହାସ ଦେଇଛନ୍ତି । ଏଥିପାଇଁ ସୁଯୋଗ ସୃଷ୍ଟି କରିଛନ୍ତି । ଏସବୁ ହେଉଛି ରାଜ୍ୟବାସୀଙ୍କ ସମ୍ପତ୍ତି । ସ୍କୁଲମାନଙ୍କରେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗକୁ ନିଜର ଭାବି ଭଲଭାବେ ରକ୍ଷଣାବେକ୍ଷଣ କରିବା ପାଇଁ ସେ ଅନୁରୋଧ କରିଥିଲେ ।


କାର୍ଯ୍ୟକ୍ରମରେ ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ସ୍ବାଗତ ଭାଷଣ ଦେଇ କହିଥିଲେ ଯେ ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥାର ରୂପାନ୍ତରଣ ହେଉଛି, ନୂଆ ଓଡିଶା ଗଠନର ଦୁଇଟି ଗୁରୁତ୍ବପୂର୍ଣ୍ଣ ଦିଗ। 5T ର ଉପଯୋଗରେ ଏହି ଦୁଇଟି ଯାକ ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆସି ଆଜି ଓଡିଶା ଏକ ଉଦାହରଣୀୟ ସ୍ଥାନରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀଙ୍କର ଏହି ଯୁଗାନ୍ତକାରୀ ପଦକ୍ଷପ ଯୋଗୁଁ ଆଜି ସବୁ ସ୍କୁଲର ରୂପାନ୍ତରଣ ହୋଇଛି । ସରକାରୀ ସ୍କୁଲରେ ଘରୋଇ ସ୍କୁଲର ବାତାବରଣ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି  ପ୍ରଚେଷ୍ଟା ବଳରେ ରାଜ୍ୟର ପିଲାମାନେ ଶିକ୍ଷା ମାଧ୍ୟମରେ ନିଶ୍ଚୟ ସଶକ୍ତ ହେବେ ବୋଲି ସେ କହିଥିଲେ ।


  5T ସ୍କୁଲ ରୂପାନ୍ତର ସଂପର୍କରେ ଯାଜପୁର ଜିଲ୍ଲାର ଦଶମ ଶ୍ରେଣୀ ଛାତ୍ରୀ ସାଇକ୍ରିଷ୍ଣା ପଣ୍ଡା ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ 5T ରୂପାନ୍ତରଣ ଯୋଗୁ ଆଜି ଆମ ବିଦ୍ୟାଳୟର ପରିବେଶ ଓ ଶିକ୍ଷା ଭିତ୍ତିଭୂମି ସଂପୂର୍ଣ୍ଣ ଭିନ୍ନ ପରିଲକ୍ଷିତ ହେଉଛି। ଏହାକୁ ପ୍ରତ୍ୟକ୍ଷ ଭାବେ ନ ଦେଖିଲେ କେହି ବିଶ୍ବାସ କରିବେ ନାହିଁ । ସ୍କୁଲର ନୂଆ ପରିବେଶରେ ଆମକୁ ପାଠ ପଢିବା ପାଇଁ ବହୁତ ଭଲ ଲାଗୁଛି ଏବଂ ଭବିଷ୍ୟତରେ ଜଣେ ଡାକ୍ତର ହେବେ ବୋଲି କହି  ମୁଖ୍ୟମନ୍ତ୍ରୀଙ୍କୁ ସେ କୃତଜ୍ଞତା ପ୍ରକାଶ କରିଥିଲେ ।


      ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ଧନ୍ୟବାଦ ଅର୍ପଣ କରିଥିଲେଏବଂ ବିଭାଗୀୟ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14112
    Sep 03, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15477
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15348
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14328
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13449
    Sep 05, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15836
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13924
    Sep 04, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13536
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14953
    Sep 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13924
    Sep 04, 2026
  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15836
    Sep 03, 2026
  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14112
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17724
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13708
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14519
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14822
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14775
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14111
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13876
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14407
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15294
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14798
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14208
    Sep 05, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14112
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15836
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In