ଦିନିକିଆ ଓଡିଶା ଗସ୍ତରେ ଶିବରାଜ ସିଂ ଚୈାହାନ
ଜଗତସିଂହପୁର : ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ ବିଜେପି ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୈାହାନ । ଶ୍ରୀ ଚୈାହାନ ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ ।
ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ୟ୍ୟକର୍ତ୍ତା ସମ୍ମିଳନୀରେ ଯୋଗ ଦେବା ପରେ ଶ୍ରୀ ଚୈାହାନ ପ୍ରସିଦ୍ଧ ମା ଶାରଳା ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିବେ । ଏହା ପରେ ସେ ସଂଧ୍ୟାରେ କଟକସ୍ଥିତ ଶାରଳା ଭବନରେ ଆୟୋଜିତ କଟକ ସଂସଦୀୟ କ୍ଷେତ୍ର କାର୍ୟ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ ।
କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀଙ୍କ ଦର୍ଶନ କରିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି ସୁଚନା ଦେଇଛନ୍ତି ।
Powered by Froala Editor