Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ...

  • ବହୁ ଉପାଦେୟ ମେଥିପାଣି

  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ...

  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ...

  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ...

  • ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ...

  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ...

  • ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ ...

  • ୪୦ ବର୍ଷୀୟ ଶିକ୍ଷକ ସହ ଅଷ୍ଟମ ଶ୍ରେଣୀ ...

  • AI ପାଇଁ ଏହି ୪୦ଟି ଚାକିରି ବିପଦରେ

ରାଜ୍ୟ
Home ›› ରାଜ୍ୟ ››କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ, ଅନୁଗୋଳ ଜିଲ୍ଲାର ମନଯୋର ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜ କେନାଲ ସିଷ୍ଟମ ଉଦ୍‌ଘାଟିତ

କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ, ଅନୁଗୋଳ ଜିଲ୍ଲାର ମନଯୋର ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜ କେନାଲ ସିଷ୍ଟମ ଉଦ୍‌ଘାଟିତ

2024-02-13 17:50:34
15569
Share:
Facebook
Twitter
E-Mail
WhatsApp
Telegram
କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ, ଅନୁଗୋଳ ଜିଲ୍ଲାର ମନଯୋର ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜ କେନାଲ ସିଷ୍ଟମ ଉଦ୍‌ଘାଟିତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲା ପାଇଁ ବିଭିନ୍ନ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ହେଲା- କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ, ଅନୁଗୋଳ ଜିଲ୍ଲାର ମନଯୋର ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜ କେନାଲ ସିଷ୍ଟମ। ଏହି ପ୍ରକଳ୍ପ ଗୁଡିକ ମାଧ୍ୟମରେ କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ଚାଷ ଜମିକୁ ଜଳସେଚନ ସୁବିଧା ଉପଲବ୍ଧ ହେବ। ୩୨ ହଜାର ଏକରରୁ ଅଧିକ ଜମିକୁ ପାଣି ମିଳିବ। 


ସୂଚନାଯୋଗ୍ୟ ଯେ ରେଙ୍ଗାଳି ଡ୍ୟାମ ଓ ସମଲ ବ୍ୟାରେଜର କେନାଲ ପ୍ରଣାଳୀ କାମ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ ଏହାର ୨୭.୫ କିମି ଦର୍ପଣି ବ୍ରାଞ୍ଚ କେନାଲ ଓ ୧୯.୫ କିମି ନରସିଂହପୁର ବ୍ରାଞ୍ଚ କାମ ସମ୍ପୁର୍ଣ୍ଣ ହୋଇଛି ଏବଂ ଏହାର ଭୂତଳ ପାଇପଲାଇନ କାମ ମଧ୍ୟ ସରିଛି। ଏହା ଦ୍ୱାରା କଟକ ଜିଲ୍ଲାର ଆଠଗଡ ଓ ତିଗିରିଆ ବ୍ଲକ  ଏବଂ ଢେଙ୍କାନାଳ ବ୍ଳକ୍‌ର ୧୫ ହଜାର ଏକର ଜମିକୁ ଜଳସେଚନ ସୁବିଧା ମିଳିପାରିଛି ।


ସେହିପରି ଆଠମଲ୍ଲିକରେ ମନଯୋର ପ୍ରକଳ୍ପର ସଂପ୍ରସାରଣ ମଧ୍ୟ ସଂପୂର୍ଣ୍ଣ ହୋଇଛି । ଏହାଦ୍ବାରା ଆଠମଲ୍ଲିକ ବ୍ଲକ ଓ ଏନଏସିର ୨୮ଟି ଗାଁର ୫ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିପାରିଛି।


ସାନ୍ଦୁଲ ବ୍ୟାରେଜ ପ୍ରକଳ୍ପ ଶେଷ ହୋଇଛି। ଜଳସେଚନ ପାଇଁ  ଭୂତଳ ପାଇପ ଲାଇନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଆଜି ଭିତ୍ତିପ୍ରସ୍ତର ଦେଇଛନ୍ତି । ଏହାଦ୍ବାରା କଳାହାଣ୍ଡି ଜିଲ୍ଲାର କେସିଙ୍ଗା, କର୍ଲାମୁଣ୍ଡା ଓ ନର୍ଲା ବ୍ଳକ୍‌ର ୨୯ଟି ଗାଁର  ୧୨,୫୦୦ ଏକର ଚାଷଜମିକୁ ଜଳସେଚନ ସୁବିଧା ମିଳିପାରିବ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ 5T ଉପକ୍ରମରେ ରାଜ୍ୟରେ ବିଭିନ୍ନ ଜଳସେଚନ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ଶେଷ କରାଯାଉଛି। ଗତ ଏକ ବର୍ଷ ମଧ୍ୟରେ ଅପର ଇନ୍ଦ୍ରାବତୀ, ଲୋୟର ଇନ୍ଦ୍ର, ଦେଓ, ସୁବର୍ଣ୍ଣରେଖା, ଲୋୟର ସୁକତେଲ ପରି ବଡ ବଡ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମ୍ପନ୍ନ କରାଯାଇ ପାଣି ଯୋଗାଇ ଦିଆଯାଉଛି। 


ମୁଖ୍ୟମନ୍ତ୍ରୀ କୃଷି ଓ କୃଷକଙ୍କ କଲ୍ୟାଣ ସମ୍ପର୍କରେ ଆଲୋକପାତ କରି କହିଥିଲେ ଯେ ଚାଷୀର କଲ୍ୟାଣ ଓ କୃଷିର ବିକାଶକୁ ସେ ସବୁବେଳେ ପ୍ରାଧାନ୍ୟ ଦେଇ ଆସିଛନ୍ତି। ସେ ସବୁବେଳେ ଭୁବନେଶ୍ୱରରେ ରାଜ୍ୟର ବିଭିନ୍ନ ଅଞ୍ଚଳର ଚାଷୀ ଭାଇ ଭଉଣୀମାନଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରୁଛନ୍ତି। ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣ ଯୋଜନା ସଫଳ ଭାବେ କାର୍ଯ୍ୟକାରୀ ହେଉଛି ବୋଲି ଜାଣି ସେ ଖୁସୀ ବ୍ୟକ୍ତ କରିଥିଲେ। 


ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ କାଳିଆ ଯୋଜନା, ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା, ମାଗଣାରେ ଫସଲବୀମା ସୁବିଧା, ଚାଷୀ ପରିବାରର ପିଲାଙ୍କ ପାଇଁ ଛାତ୍ରବୃତ୍ତି ବ୍ୟବସ୍ଥା ଏବଂ ଚାଷୀ ଭାଇ ଭଉଣୀଙ୍କ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। ବିଭିନ୍ନ କଲ୍ୟାଣକାରୀ ଓ ବିକାଶମୂଳକ ଯୋଜନା ସହ ରାଜ୍ୟର ଚାଷୀ ପରିବାର ଯୋଡି ହୋଇ ରହିଛନ୍ତି। ମିଶନ ଶକ୍ତି କାର୍ଯ୍ୟକ୍ରମରେ ଚାଷୀ ପରିବାରର ମା’ମାନେ ସବୁଠାରୁ ଅଧିକ ସାମିଲ ହୋଇଛନ୍ତି ବୋଲି ସେ କହିବା ସହିତ ଆମର ନୂଆ କାର୍ଯ୍ୟକ୍ରମ ‘ଆମ ଓଡିଶା ନବୀନ ଓଡିଶା’ ଓ ‘ଲକ୍ଷ୍ମୀ’ ଯୋଜନାରେ ଚାଷୀ ଭାଇ ଭଉଣୀମାନେ ସବୁଠାରୁ ଅଧିକ ଉପକୃତ ହେବେ ବୋଲି କହିଥିଲେ। 


ଚାଷୀ ଭାଇଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ। ଚାଷୀମାନେ ହେଉଛନ୍ତି ଆମ ଅର୍ଥନୀତିର ସାରଥୀ ବୋଲି କହି ସେମାନଙ୍କ ସହିତ ମୁଁ ସବୁବେଳେ ରହିଛି, ସେମାନଙ୍କ ପାଇଁ କାମ କରୁଛି ଓ କରୁଥିବି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ଆୟୋଜିତ କାର୍ଯ୍ୟକ୍ରମରେ ବଲାଙ୍ଗିରଠାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଉପସ୍ଥିତ ରହି ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଦାୟିତ୍ୱ ନେବାଠାରୁ ଏହି ୨୪ ବର୍ଷ ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ଚାଷୀର ଉନ୍ନତି ଓ ସମୃଦ୍ଧିକୁ ଗୁରୁତ୍ୱ ଦେଇ ଆସିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ଜଳସେଚନ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଘଟିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଉଦ୍ୟମ ବଳରେ ଆଜି ରାଜ୍ୟର କେବଳ ପୁରୁଷ ଚାଷୀମାନେ ନୁହେଁ, ମହିଳା ଚାଷୀମାନେ ମଧ୍ୟ ଆଗକୁ ଆସି କୃଷି କ୍ଷେତ୍ରରେ ସଫଳତା ପାଉଛନ୍ତି। 


ଢେଙ୍କାନାଳରେ ଉପସ୍ଥିତ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ୫୦ ବର୍ଷ ମଧ୍ୟରେ ଜଳସେଚନ କ୍ଷେତ୍ରରେ ଯାହା ହୋଇନଥିଲା, ୨୪ ବର୍ଷ ମଧ୍ୟରେ ଜଳସେଚନ କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣି ମୁଖ୍ୟମନ୍ତ୍ରୀ ତାହା କରି ଦେଖାଇଛନ୍ତି। ଯଦି ଚାଷ ଜମିକୁ ସଠିକ ଭାବେ ଜଳସେଚନ ଯୋଗାଇ ଦିଆଯିବ ତେବେ କୃଷକର ସବୁ ସମସ୍ୟା ଦୂର ହୋଇଯିବ ଏହି କଥାକୁ ହୃଦୟଙ୍ଗମ କରି ମୁଖ୍ୟମନ୍ତ୍ରୀ ଜଳସେଚନ କ୍ଷେତ୍ରର ବିକାଶ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ବୋଲି ସେ କହିଥିଲେ।


କାର୍ଯ୍ୟକ୍ରମକୁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ ଉପସ୍ଥିତ ଚାଷୀ ଭାଇଭଉଣୀମାନଙ୍କୁ କହିଥିଲେ ଯେ ରାଜ୍ୟ କ୍ୟାବିନେଟରେ ‘ନୂଆ-ଓ ଛାତ୍ରବୃତ୍ତି’ ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିରେ ଛାତ୍ର ମାନଙ୍କ ପାଇଁ ୯ ହଜାର ଓ ଛାତ୍ରୀମାନଙ୍କ ପାଇଁ ୧୦ ହଜାର ଟଙ୍କାର ବାର୍ଷିକ ବୃତ୍ତି ରହିଛି। ଏହି ଯୋଜନା ବିଷୟରେ ଆପଣମାନେ ଘରେ ପିଲାମାନଙ୍କୁ ଜଣାନ୍ତୁ ଓ ଏହାର ସୁଯୋଗ ଲାଭ କରନ୍ତୁ ବୋଲି ସେ କହିଥିଲେ।


କାର୍ଯ୍ୟକ୍ରମରେ କଳାହାଣ୍ଡିରେ ଉପସ୍ଥିତ ବିଧାୟକ ଶ୍ରୀ ଭୁପିନ୍ଦର ସିଂ ଏବଂ ଢେଙ୍କାନାଳରେ ଉପସ୍ଥିତ ବିଧାୟକ  ଶ୍ରୀ ସୁଧିର କୁମାର ସାମଲ ମୁଖ୍ୟମନ୍ତ୍ରୀଙ୍କ ଏହି ଚାଷୀ ହିତୈଷୀ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହିତ କୃତଜ୍ଞତା ଜଣାଇଥିଲେ।


କାର୍ଯ୍ୟକ୍ରମରେ ଆଠମଲିକର ୨ଜଣ ଚାଷୀ ସନ୍ତୋଷ ଷଣ୍ଢ ଓ ତପନ ପାତ୍ର ପୂର୍ବରୁ ସେମାନେ ଚାଷ ପାଇଁ ବର୍ଷା ଜଳ ଉପରେ ନିର୍ଭର କରୁଥିଲେ, ଏବେ ମନଯୋର ପ୍ରକଳ୍ପ ମାଧ୍ୟମରେ ସଠିକ ଭାବେ ଚାଷ କରି ଜମିରୁ ଅଧିକ ଫସଲ ଅମଳ କରି ଲାଭବାନ ହେବେ ବୋଲି କହିଥିଲେ ଏବଂ ଏଥି ପାଇଁ ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ।


କାର୍ଯ୍ୟକ୍ରମରେ ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ରାଜ୍ୟ ଉନ୍ନୟନ କମିଶନର ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ଜଳ ସମ୍ପଦର ବିକାଶକୁ ରାଜ୍ୟ ସରକାର ସବୁବେଳେ ଗୁରୁତ୍ୱ ଦେଇ ଆସୁଛନ୍ତି। କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ପ୍ରକଳ୍ପ 5T ଉପକ୍ରମରେ ଆରମ୍ଭ ହୋଇ ଧାର୍ଯ୍ୟ ସମୟର ୫ ମାସ ପୂର୍ବରୁ ଶେଷ ହୋଇଛି। ଆଜି କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଗୁଡିକ ଚାଷୀ ଭାଇଭଉଣୀମାନଙ୍କ ପାଇଁ ବହୁ ଉପଯୋଗୀ ହେବ ବୋଲି ସେ କହିଥିଲେ। ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ
    ମନୋରଞ୍ଜନ

    ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ

    14621
    Aug 01, 2025
  • ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ କରିଥିଲେ ଫସୀଲା
    ଦେଶ-ଦେଶାନ୍ତର

    ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ କରିଥିଲେ ଫସୀଲା "ଆଉ ସହି ହେଉନି ...

    15263
    Jul 31, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...
    ବାଣିଜ୍ୟ

    ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...

    14024
    Aug 01, 2025
  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    14252
    Aug 01, 2025
  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....
    ବିଶେଷ

    ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14806
    Aug 02, 2025
  •  ବହୁ ଉପାଦେୟ ମେଥିପାଣି
    ବିଶେଷ

    ବହୁ ଉପାଦେୟ ମେଥିପାଣି

    14839
    Aug 02, 2025
  • ୪୦ ବର୍ଷୀୟ ଶିକ୍ଷକ ସହ ଅଷ୍ଟମ ଶ୍ରେଣୀ ଛାତ୍ରୀର ବାହାଘର
    ଦେଶ-ଦେଶାନ୍ତର

    ୪୦ ବର୍ଷୀୟ ଶିକ୍ଷକ ସହ ଅଷ୍ଟମ ଶ୍ରେଣୀ ଛାତ୍ରୀର ବାହାଘର

    14195
    Jul 31, 2025
  • AI ପାଇଁ ଏହି ୪୦ଟି ଚାକିରି ବିପଦରେ
    ଦେଶ-ଦେଶାନ୍ତର

    AI ପାଇଁ ଏହି ୪୦ଟି ଚାକିରି ବିପଦରେ

    15372
    Jul 31, 2025
  • ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?

    15236
    Aug 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14024
    Aug 01, 2025
  • ଦେଶ-ଦେଶାନ୍ତର

    ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?

    15236
    Aug 01, 2025
  • ଦେଶ-ଦେଶାନ୍ତର

    ଆତ୍ମହତ୍ୟା ପୂର୍ବରୁ ମା’ଙ୍କୁ ମେସେଜ୍ କରିଥିଲେ ଫସୀଲା "ଆଉ ସହି ହେଉନି ...

    15263
    Jul 31, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16650
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16763
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17088
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15569
    Apr 03, 2021

ବିଶେଷ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14806
    Aug 02, 2025
  • ବହୁ ଉପାଦେୟ ମେଥିପାଣି

    14839
    Aug 02, 2025
  • ଏମିତି କଲେ ଘରୁ ଦୂରେଇ ଯିବେ ଝିଟିପିଟି

    14506
    Jul 31, 2025
  • ଉପକାରୀ ଗୁଣରେ ଭରପୁର ଭିଟାମିନ୍‌-ଇ’

    14437
    Jul 31, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    15174
    Jul 30, 2025

ବାଣିଜ୍ୟ

ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

ନୂଆଦିଲ୍ଲୀ: ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନି ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ଭାବରେ ଶ୍ରୀ କେ ଜେ ପଟେଲଙ୍କ ନାମ ଘୋଷଣା କରିଛନ୍ତି । ଶ୍ରୀ ପଟେଲ ଡାଇରେକ୍ଟର, ଟେକ୍‌ନିକାଲ, ଇଫ୍&z ...

  • ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

    14257
    Jul 28, 2025
  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14719
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14810
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14157
    Jul 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14024
    Aug 01, 2025
  • ବହୁ ଉପାଦେୟ ମେଥିପାଣି

    14839
    Aug 02, 2025
  • ୪୦ ବର୍ଷୀୟ ଶିକ୍ଷକ ସହ ଅଷ୍ଟମ ଶ୍ରେଣୀ ଛାତ୍ରୀର ବାହାଘର

    14195
    Jul 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In