Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

ରାଜ୍ୟ
Home ›› ରାଜ୍ୟ ››ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ବିଜେଡି ପକ୍ଷରୁ ନଥିଲେ କେହି

ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ବିଜେଡି ପକ୍ଷରୁ ନଥିଲେ କେହି

2024-02-15 08:01:11
15634
Share:
Facebook
Twitter
E-Mail
WhatsApp
Telegram
ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ବିଜେଡି ପକ୍ଷରୁ ନଥିଲେ କେହି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ଭରିଛନ୍ତି । ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପିର ସମସ୍ତ ବିଧାୟକ ଉପସ୍ଥିତ ଥିଲେ  । ୧୦ ଜଣ ପ୍ରସ୍ତାବକଙ୍କ ଉପସ୍ଥିତିରେ ଅଶ୍ୱିନୀ ୨ ସେଟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି  । ଓଡିଶାରୁ ତୃତୀୟ ପ୍ରାର୍ଥୀ ଭାବେ ସେ ନାମାଙ୍କନ ଦାଖଲ କରିଛନ୍ତି  । ଅଶ୍ୱିନୀ ବୈଷ୍ଣବ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବାବେଳେ ବିଜେଡି ପକ୍ଷରୁ ସମର୍ଥନ କରାଯାଇଛି । ତେବେ ସବୁଠାରୁ ବଡ଼ କଥା ହେଲା ଯେ ଆଜି ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥôପତ୍ର ଦାଖଲ ବେଳେ ବିଜେଡି ପକ୍ଷରୁ କେହି ଉପସ୍ଥିତ ନଥିଲେ ।  ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । କିନ୍ତୁ ୨୦୧୯ ମସିହାରେ ଅଶ୍ୱିନୀ  ବୈଷ୍ଣବଙ୍କ ପ୍ରାର୍ଥôପତ୍ର ଦାଖଲ ବେଳେ ଏଭଳି ପରିସ୍ଥିତି ଦେଖିବାକୁ ମିଳିନଥିଲା ।  ଆସନ୍ତା ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ତାରିଖ ଧାର୍ୟ୍ୟ କରାଯାଇଥିବା ବେଳେ ଆଜି ପାର୍ଥ୍ରୀପତ୍ର ଦାଖଲ କରିବାର ଶେଷଦିନ ରହିଛି । ତେବେ ସଠିକ ସମୟରେ ବିଧାନସଭା ଯାଇ ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅଶ୍ୱିନୀ ଆଜି ଭାଜପା କାର୍ୟ୍ୟାଳୟରୁ ସିଧାସଳଖ ବିଧାନସଭାରେ ପହଞ୍ଚିଥିଲେ। ଏହାପରେ ସେ ରିଟର୍ଣ୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକଙ୍କ ଚାମ୍ବରକୁ ଯାଇଥିଲେ। ତାଙ୍କ ସହ ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟ ସଚେତକ ମୋହନ ମାଝି, ବିଧାୟକ ନାଉରୀ ନାୟକ, ନବ ମାଝି, ବିଧାୟିକା କୁସୁମ ଟେଡେ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଅଶ୍ୱିନୀ ବୈଷ୍ଣବ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନିଜର ୨ ସେଟ୍‌ ନାମାଙ୍କନ ଦାଖଲ କରିଛନ୍ତି।ଗତ ୧୩ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଶୁଭାଶିଷ ଖୁଣ୍ଟିଆ ଏବଂ ଦେବାଶିଷ ସାମନ୍ତରାୟ  ନାମାଙ୍କନ ଭରିଥିଲେ ।

ବୁଧବାର ଦିନ ଓଡିଶାରେ ଖାଲି ପଡିଥିବା ତୃତୀୟ ରାଜ୍ୟସଭା ଆସନ ପାଇଁ ଅଶ୍ବିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଥିଲା ବିଜେପି । ଏହାପରେ ବିଜୁ ଜନତା ଦଳ ପକ୍ଷରୁ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ ନେଇ ଘୋଷଣା ହୋଇଥିଲା । ବିଜେଡ଼ି ସମର୍ଥନ କରିବା ପରେ ଅଶ୍ବିନୀ ଜିତିବା ନିଶ୍ଚିତ ହୋଇଯାଇଛି । ୨୦୧୯ର ପୁନରାବୃତ୍ତି ହୋଇଛି। ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ଯିବେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ବିଜେପି ଅଶ୍ବିନୀଙ୍କୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତାଙ୍କ ପ୍ରାର୍ଥୀତ୍ବକୁ ସମର୍ଥନ ଘୋଷଣା କରିଛି ବିଜେଡି । ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଅଶ୍ବିନୀଙ୍କୁ ସମର୍ଥନ ଦେଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେ ବିଜେଡିର ସମର୍ଥନ ଘୋଷଣା ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଥିଲେ ଯେ ଆମେ କାହାକୁ ସମର୍ଥନ ମାଗିନାହୁଁ । ଆମ ପାଖରେ ପ୍ରସ୍ତାବକ ଅଛନ୍ତି, ଆମେ ପ୍ରାର୍ଥୀ ଦେଲୁ । ବିଜେପି ପ୍ରାର୍ଥୀଙ୍କୁ ବିଜେଡି କାହିଁକି ସମର୍ଥନ କଲା, ସେ କଥା ସେମାନଙ୍କୁ ପଚାରନ୍ତୁ ବୋଲି ଶ୍ରୀ ସାମଲ କହିଥିଲେ । ଏଥିସହ ମେଣ୍ଟ ସମ୍ଭାବନାକୁ ସଫା ସଫା ମନା କରିଦେଇଥିଲେ ଶ୍ରୀ ସାମଲ । ମେଣ୍ଟ ଆଦୌ ହେବନି । ଆମେ ଏକାକୀ ଲଢିବୁ । ସରକାର କରିବୁ ବୋଲି ଶ୍ରୀ ସାମଲ କହିଥିଲେ ।

Powered by Froala Editor

Tags Bjd

Related articles Odisha News Lens 4.1

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15078
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14159
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14429
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14681
    Mar 03, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14708
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15092
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14318
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15411
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13918
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15092
    Mar 04, 2026
  • ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14851
    Mar 02, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14681
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14708
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13918
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15018
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14639
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14439
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13918
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15092
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14708
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In