ଆଜି ଆମ ବସଷ୍ଟାଣ୍ଡ ଯୋଜନାରେ ୨୦ଟି ନୂଆ ବସଷ୍ଟାଣ୍ଡ ହେବ ଲୋକାର୍ପଣ
ଭୁବନେଶ୍ୱର: ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍ । ଆଜି ଆମ ବସଷ୍ଟାଣ୍ଡ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାକି ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ସାଜିବ । ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହାକୁ ନିର୍ମାଣ କରାଯାଇଛି ।
ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି। ଏ ସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ। ଭଲ ପରିବହନ ବ୍ୟବସ୍ଥା ଏକ ଉନ୍ନତ ଅର୍ଥନୀତି ପାଇଁ ମାର୍ଗ ପରିଷ୍କାର କରିଥାଏ। ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଆମ ବସଷ୍ଟାଣ୍ଡ ଯୋଜନା ମାଧ୍ୟମରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି। ପୂର୍ବରୁ ଗତ ଅଗଷ୍ଟ ମାସରେ ୨୧ଟି ନୂଆ ବସଷ୍ଟାଣ୍ଡ ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ।
Powered by Froala Editor