Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ରାଜନୀତି
Home ›› ରାଜନୀତି ››ବିଜେଡି ରେ ଯୋଗଦେଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ବିଜେଡି ରେ ଯୋଗଦେଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

2024-02-16 19:06:24
15547
Share:
Facebook
Twitter
E-Mail
WhatsApp
Telegram

ଭୁବନେଶ୍ୱର, ୧୬/୦୨/୨୦୨୪: କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ଅଂଶୁମାନ ମହାନ୍ତି ଓ ତାଙ୍କର ହଜାରରୁ ଉର୍ଦ୍ଧ୍ୱ ସମର୍ଥକ ଆଜି ଶଙ୍ଖଭବନ ଠାରେ ବିଜେଡି ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜ, ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ, ବିଧାୟକ ତଥା କେନ୍ଦ୍ରାପଡା ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ ପ୍ରତାପ ଜେନା ଓ ବିଧାୟକ ଶ୍ରୀ ଧ୍ରୁବଚରଣ ସାହୁଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଅଂଶୁମାନ ମହାନ୍ତିଙ୍କୁ ସମସ୍ତ ନେତୃବୃନ୍ଦ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଶଙ୍ଖଭବନରେ ମିଶ୍ରଣ ପରେ ନବୀନ ନିବାସ ଯାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ନେବା ସହ ୫-ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀଯୁକ୍ତ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟିଥିଲେ ଅଂଶୁମାନ ମହାନ୍ତି ।

ଏହି ଅବସରରେ ବିଜେଡ଼ି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡିଶା ନବୀନ ଓଡିଶା, ରୂପାନ୍ତରଣ ଓଡିଶା ଓ ସମୃଦ୍ଧ ଓଡିଶା ଗଠନରେ ଆକୃଷ୍ଟ ହୋଇ ଆଜି ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଦଳରେ ଯୋଗ ଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜନଗରରେ ଯେଉଁ ଉନ୍ନତି ହୋଇ ଚାଲିଛି,ଆଜି ଅଂଶୁମାନ ମହାନ୍ତି ଯୋଗ ଦେବା ପରେ ରାଜନଗରରେ ଉନ୍ନତି ଦ୍ୱିଗୁଣିତ ହେବ । ସ୍ୱର୍ଗତ ନଳିନୀ ମହାନ୍ତି, ବିଜୁ ପଟ୍ଟନାୟକ ତଥା ବିଜୁ ପରିବାରର ଅତ୍ୟନ୍ତ ଘନିଷ୍ଠ ସହଯୋଗୀ ଥିଲେ । ବିଜୁ ପରିବାର ପ୍ରତି ସମର୍ପଣ ଓ ଭଲ ପାଇବା ସର୍ବଦା ରହିଆସିଥିଲା । ରାଜନଗର ସବୁବେଳେ ବିଜେଡି ସହ ଅଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଯେଉଁମାନେ ତାଙ୍କ ଉପରେ ଆସ୍ଥା ରଖି ଦଳରେ ଯୋଗ ଦେଇଛନ୍ତି । ସମସ୍ତଙ୍କ ସମ୍ମାନ ଓ ଆତ୍ମବିଶ୍ୱାସ ସର୍ବଦା ବଜାୟ ରହିବ ।

ସେହିପରି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରତାପ ଜେନା କହିଥିଲେ ଯେ, ଆଜି ଅଂଶୁମାନ ମହାନ୍ତି ଓ ତାଙ୍କ ସମର୍ଥକ ଦଳରେ ଯୋଗ ଦେବା ପରେ ରାଜନଗର ନିର୍ବାଚନମଣ୍ଡଳୀ ତଥା ସମଗ୍ର କେନ୍ଦ୍ରାପଡା ଜିଲ୍ଲାରେ ବିଜେଡି ସଂଗଠନ ମଜବୁତ ହେବା ସହ ବିକାଶ ଧାରା ଆହୁରି ତ୍ୱରାନ୍ୱିତ ହେବ । ସେହିପରି ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜ, ଅଂଶୁମାନ ମହାନ୍ତିଙ୍କ ଯୋଗଦାନକୁ ସ୍ୱାଗତ କରିବା ସହ ଏହି ମିଶ୍ରଣ କେନ୍ଦ୍ରାପଡାରେ ବିଜେଡି ସଂଗଠନକୁ ଆହୁରି ସଶକ୍ତ କରିବ ବୋଲି କହିଥିଲେ ।


ସେହିପରି ରାଜନଗର ବିଧାୟକ ଧ୍ରୁବଚରଣ ସାହୁ କହିଥିଲେ ଯେ, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଓ ତାଙ୍କ ସମର୍ଥକଙ୍କ ଦଳରେ ଯୋଗଦାନ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ ଓ ବିଜୁ ବାବୁଙ୍କ ସ୍ୱପ୍ନର ରାଜନଗର ଗଠନ ଦିଗରେ ଆଉ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବ । ଏହି ଅବସରରେ ଉପସ୍ଥିତ ଥିବା ମାନ୍ୟବର ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏବଂ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଦଳରେ ଯୋଗ ଦେଇଥିବା ଅଂଶୁମାନ ମହାନ୍ତି ଓ ତାଙ୍କ ସମର୍ଥକଙ୍କୁ ସ୍ୱାଗତ କରିବା ସହ ଏହି ଯୋଗଦାନ ଫଳରେ କେନ୍ଦ୍ରାପଡା ଜିଲ୍ଲାରେ ବିଜେଡିର ସଂଗଠନ ଆହୁରି ମଜବୁତ ହେବ ବୋଲି କହିଥିଲେ ।

ଦଳରେ ଯୋଗ ଦେବା ପରେ ଅଂଶୁମାନ ମହାନ୍ତି କହିଥିଲେ, ଆଜି ମୋ ପାଇଁ ଗର୍ବର ଦିନ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଜି ମୋ ପାଇଁ ଏକ ସୁଯୋଗ ଆସି ପହଞ୍ଚିଛି ଯେ, ଆଉଥରେ ନିଜ ଘରକୁ ଫେରିବା ପାଇଁ । ମୋର କର୍ମଭୂମି ରାଜନଗର ସହ ସମଗ୍ର କେନ୍ଦ୍ରାପଡା ଜିଲ୍ଲାରେ ବିଜେଡି ସଂଗଠନ ମଜବୁତ ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନୂତନ ଓଡିଶା ଗଠନ ଦିଗରେ ନିଶ୍ଚିତ କାର୍ଯ୍ୟ କରିବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଏହି ମିଶ୍ର ପର୍ବରେ ରାଜନଗର ବ୍ଲକ କଂଗ୍ରେସ କମିଟି ସଭାପତି ଦେବେନ୍ଦ୍ର ଜେନା, ପଟ୍ଟାମୁଣ୍ଡାଇ ବ୍ଲକ କଂଗ୍ରେସ କମିଟି ସଭାପତି ନିମାଁଇ ଚରଣ କର, ପଟ୍ଟାମୁଣ୍ଡାଇ ମ୍ୟୁନିସପାଲଟି କଂଗ୍ରେସ ସଭାପତି ଅମୂଲ୍ୟ ପ୍ରଧାନ, ପିସିସି ସଦସ୍ୟ ପ୍ରଦୀପ ପ୍ରଧାନ, ସନ୍ତୋଷ ମହାନ୍ତି, ସରପଞ୍ଚ ସମୀର ସେଠୀ, ସୁରେଖା ପ୍ରଧାନ, ହେମଲତା ମହାନ୍ତ, ସମିତି ସଭ୍ୟ ଅମର ସୁତାର, ପ୍ରେମଲତା ଦାସ, ଅଭୟ ଖଣ୍ଡୱାଲ, ପୁଷ୍ପଲତା ସାଏ, ଜନ୍ମେଜୟ ସେଠୀ, ଅଶୋକ କୁମାର ବଳ,ପୁରେଶ୍ୱର ନାୟକ, ମୋହନ କୁମାର ଦାସ, ଶହଦେବ ସାହୁ, ମାଧମଚନ୍ଦ୍ର, ସୁଧୀର ଚନ୍ଦ୍ର ପାଲ, ପଟ୍ଟାମୁଣ୍ଡାଇର ସରପଞ୍ଚ ଲକ୍ଷ୍ମୀପ୍ରିୟା ଷଡଙ୍ଗୀ, ଅନୂସୟା ନାଥ, ନରେଶ ଚନ୍ଦ୍ର ମଳିକ, ରମେଶ ଚନ୍ଦ୍ର ମଲ୍ଲିକ, ବିଶ୍ୱରଂଜନ ଭୂୟାଁ, ସୁବାସ ଚନ୍ଦ୍ର ବାରିକ, ପର୍ଶୁରାମ ବେହେରା, ସଂଜୟ କୁମାର ମଳିକ, ନିରୁପମା ସାହୁ, ଆରତୀ ସାହୁଙ୍କ ସହ ହଜାରରୁ ଉର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags BJD , Biju Janata Dal

Related articles Odisha News Lens 4.1

  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14150
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13673
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13565
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14156
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14637
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15252
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15097
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15372
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14759
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15252
    Oct 03, 2026
  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14759
    Oct 04, 2026
  • ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14637
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17151
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17842
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18220
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15433
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14105
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15843
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15410
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14783
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13822
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ପ୍ରଧାନମନ୍ତ୍ରୀ

    15372
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15097
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15252
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In