Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ରାଜ୍ୟ
Home ›› ରାଜ୍ୟ ››ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2024-02-16 19:09:23
13725
Share:
Facebook
Twitter
E-Mail
WhatsApp
Telegram
ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର , ତା.୧୬.0୨.୨୦୨4 - ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ  କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।

ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ ଶ୍ରୀ ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ଶ୍ରୀ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଶ୍ରୀ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ଶ୍ରୀ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ, କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନା, ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଗରୀବ ପରିବାର ଆର୍ଥିକ ଖର୍ଚ୍ଚାନ୍ତରୁ ମୁକ୍ତ ହୋଇ ସଂଚୟ କରିପାରିବେ। ଲକ୍ଷ୍ମୀ ଯୋଜନା ପଞ୍ଚାୟତର ବିକାଶକୁ ଗତିଶୀଳ କରିବ। ଗ୍ରାମାଞ୍ଚଳ ଜନଜୀବନରେ ଉନ୍ନତି ଆଣିବ। ଏକ ଉତ୍ତରଦାୟୀ ସରକାର ଭାବରେ ଓଡିଶା ସରକାରଙ୍କ ରାଜ୍ୟବାସୀଙ୍କ ପାଖରେ ସୁନାମ ରହିଛି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଆଜି ରାଜ୍ୟରେ ମା’ମାନେ ସବୁ କ୍ଷେତ୍ରରେ ଆଗକୁ ବଢି ଗତିଶୀଳ ହୋଇଛନ୍ତି ବୋଲି ସେମାନେ କହିଥିଲେ।


5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ପୁରୀରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

Powered by Froala Editor

Tags CM , Naveen Patnaik

Related articles Odisha News Lens 4.1

  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15488
    Aug 17, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14748
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14988
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15034
    Aug 16, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14284
    Aug 17, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15032
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14237
    Aug 17, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14406
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13582
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14988
    Aug 16, 2026
  • ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    14992
    Aug 17, 2026
  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15488
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15488
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13582
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14819
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14593
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14429
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14242
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14641
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14988
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15488
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    14992
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In