Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

Home ›› ››ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

2024-02-16 19:13:11
14591
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,1୬/02/2024 - ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ପ୍ରକଳ୍ପ ହେଉଛି JSW Utkal Steel Limited ର ୬୫ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧୩.୨ MTPA ଇଣ୍ଟିଗ୍ରେଟେଡ ଷ୍ଟିଲ କାରଖାନା। ଏହା ମାଧ୍ୟମରେ ପ୍ରାୟ ୩୦,୦୦୦ ଯୁବ ବର୍ଗଙ୍କୁ କର୍ମନିଯୁକ୍ତି ମିଳିବ।


ଏଥି ସହିତ ReNew E-Fuels Private Ltd.ର ୨୨ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧.୨୦ MPTA ଗ୍ରୀନ ଆମୋନିଆ କାରଖାନା, Silox India Private Limited ର ୫୦୦ କୋଟି ଟଙ୍କା ପୁଞ୍ଜି ନିବେଶରେ ୨୫ ହଜାର MPTA ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରାୟ ୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଓଡିଶା ବିକାଶରେ ଏହା ମାଇଲଷ୍ଟୋନ ଥିଲା। ଆଜି ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ ହୋଇ ପାରିଛି। ଏକ ବନ୍ଦର ନଗରୀ ଭାବେ ପାରାଦୀପର ସୁନାମ ମଧ୍ୟ ବୃଦ୍ଧି ପାଇଛି। ଖୁସିର କଥା ଆଜି ଏଠାରେ JSW ର ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରୀନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏ ସବୁ ଶିଳ୍ପାନୁଷ୍ଠାନ ଓଡିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥି ପାଇଁ ଧନ୍ୟବାଦ ଦେଇଥିଲେ।

ଓଡିଶାରେ ଶିଳ୍ପ ଅଭିବୃଦ୍ଧି ପାଇଁ ଜିନ୍ଦଲ ଗ୍ରୁପର ସହଯୋଗ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧନ୍ୟବାଦ ଦେଇ କହିଥିଲେ ଯେ ଓଡିଶାକୁ ଦେଶର ଏକ ପ୍ରମୁଖ ଶିଳ୍ପାଞ୍ଚଳରେ ପରିଣତ କରିବା ପାଇଁ ଆମର ଯାତ୍ରାରେ ଜିନ୍ଦଲ ଗ୍ରୁପର ମହତ୍ୱପୂର୍ଣ୍ଣ ସହଭାଗିତା ରହିଛି।

ଏଥି ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଆଜି ଓଡିଶାର ପରିଚୟ ହୋଇଛି। ଶିଳ୍ପ, ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ସବୁ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। 5T ଉପକ୍ରମରେ ଓଡିଶାର ବିକାଶ ଧାରା ଆହୁରି ଉଜ୍ଜ୍ୱଳ ହୋଇଛି। ସାଧାରଣ ଲୋକ, ଚାଷୀ, ମା’ମାନେ, ଯୁବକ ମାନେ ଆମ ବିକାଶର ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନ ପାଇଁ ଆମ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି।

ପାରାଦୀପର ଶିଳ୍ପ ବିକାଶ ପାଇଁ ପାରାଦୀପ ଓ ଜଗତସିଂହପୁର ଜିଲ୍ଲାର ଲୋକମାନଙ୍କ ସହଯୋଗ ପାଇଁ ସେମାନଙ୍କୁ ଧନ୍ୟବାଦ ଦେଇ ଏହି ଶିଳ୍ପାନୁଷ୍ଠାନ ଦ୍ୱାରା ଅଞ୍ଚଳର ସବୁ ପରିବାର ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ଶ୍ରୀ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ଶ୍ରୀ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଯୋଗ ଦେଇ ଏହି ସବୁ ପ୍ରକଳ୍ପ ସମଗ୍ର ଜଗତସିଂହପୁର ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଜିଲ୍ଲାକୁ ସମୃଦ୍ଧ କରିବ ଏବଂ ରାଜ୍ୟ ଯୁବଗୋଷ୍ଠୀ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ଆଣିବ ବୋଲି କହିବା ସହିତ ପାରାଦୀପ ତଥା ସମଗ୍ର ଓଡିଶାର ରୂପାନ୍ତର ପାଇଁ ସାରା ଭାରତ ବର୍ଷର ବିକାଶ ପୁରୁଷ ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସବୁଦିନ ମନେ ରଖିବ ସମଗ୍ର ଦେଶ ବୋଲି ସେମାନେ କହିଥିଲେ।

ଅନ୍ୟତମ ଅତିଥି ଭାବେ JSW ର ମୁଖ୍ୟ ଶ୍ରୀ ସଜ୍ଜନ ଜିନ୍ଦଲ ତାଙ୍କ ଉଦ୍‌ବୋଧନରେ କହିଥିଲେ ଯେ ବହୁ ବର୍ଷ ପୂର୍ବେ ରାଷ୍ଟ୍ର ନାୟକ ବିଜୁ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଯୋଜନା କରିଥିଲେ। ପ୍ରକୃତରେ ଏହା ଥିଲା ବିଜୁବାବୁଙ୍କ ସ୍ୱପ୍ନ। ଆଜି ତାଙ୍କ ସୁପୁତ୍ରଙ୍କ ଦ୍ୱାରା ଏହି ସ୍ୱପ୍ନ ସାକାର ହୋଇଥିବା ଦେଖି ସେ ଖୁସି ଅନୁଭବ କରୁଥିବେ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ଆଜି ପ୍ରକୃତ ବିକାଶ ଘଟିଛି ଏବଂ ଓଡିଶାରେ ଶିଳ୍ପାୟନ ପ୍ରକ୍ରିୟା ଦ୍ରୁତ ହୋଇଛି ବୋଲି କହି JSW ପାଇଁ ଓଡିଶା ହେଉଛି ପ୍ରମୁଖ ନିବେଶ ସ୍ଥଳୀ। ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଆମେ ସବୁଦିନ ସହଯୋଗ କରିବୁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ଏହି ଅବସରରେ ଜିନ୍ଦଲ ପରିବାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ 5T ଓ ନବୀନ ଓଡିଶା ର ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଏହି iconic ପ୍ରକଳ୍ପ ର ତ୍ଵରିତ କାର୍ଯ୍ୟକାରିତା ପାଇଁ ପ୍ରତି ପନ୍ଦର ଦିନରେ ଥରେ ସମୀକ୍ଷା କରୁଥିଲେ


ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags CM , Naveen Patnaik

Related articles Odisha News Lens 4.1

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15507
    Apr 18, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15704
    Apr 16, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13894
    Apr 16, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15418
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14913
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14784
    Apr 18, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    15021
    Apr 16, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14096
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15435
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15418
    Apr 18, 2026
  • ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15704
    Apr 16, 2026
  • ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14913
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16305
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15704
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15762
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16119
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14737
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15713
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15071
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅସ୍ଥି ମଜଭୁତ କରେ ଖଜୁରି

    15704
    Apr 16, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15507
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15418
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In