Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

ରାଜ୍ୟ
Home ›› ରାଜ୍ୟ ››ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

2024-02-17 11:13:25
15431
Share:
Facebook
Twitter
E-Mail
WhatsApp
Telegram
ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ  କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଚୌଦ୍ବାର ପାଇଁ ବହୁତ ଖୁସିର ଦିନ।  ଚୌଦ୍ବାର ଆଜି ତାର ଗୌରବ ଫେରି ପାଇବାକୁ ଯାଉଛି। ପଚାଶ ଦଶକର ଆରମ୍ଭରେ  ବିଜୁ ବାବୁ ଚୌଦ୍ବାରରେ ଶିଳ୍ପ ବିକାଶର ଭିତ୍ତି ରଖିଥିଲେ । ଆଜି ପୁଣି ଥରେ ଚୌଦ୍ବାର ପାଇଁ, କଟକ ଜିଲ୍ଲା ପାଇଁ, ସାରା ଓଡିଶା ପାଇଁ ଶିଳ୍ପ କ୍ଷେତ୍ରରେ ନୂଆ ଇତିହାସ ଲେଖାଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


ସୂଚନାଯୋଗ୍ୟ ଯେ ୱେଲସ୍ପନ ଗ୍ରୁପ ବିଶ୍ୱର ଏକ ପ୍ରସିଦ୍ଧ ବୟନ ସାମଗ୍ରୀ ଉତ୍ପାଦନ କମ୍ପାନୀ। ଚୌଦ୍ୱାରରେ ଏହା ଏକ ଇଣ୍ଟିଗ୍ରେଟେଡ୍‌ ଟେକ୍ସଟାଇଲ ମାନୁଫାକ୍ଚରିଂ ଫାସିଲିଟି ଏବଂ ୱେୟାରହାଉସିଂ କମ୍ପ୍ଲେକ୍ସ ନିର୍ମାଣ କରୁଛି। ଏଥିପାଇଁ କମ୍ପାନୀ ୩,୦୫୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରୁଛି। ଏହା ଦ୍ୱାରା ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହା ସହିତ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡିକୁ ବ୍ୟାପାର କ୍ଷେତ୍ରରେ ବିପୁଳ ସମ୍ଭାବନା ସୃଷ୍ଟି ହେବା ସହିତ ରାଜ୍ୟର ଶିଳ୍ପ ବାତାବରଣରେ ଉନ୍ନତି ଆସିବ। ୨୦୨୨ ମେକ-ଇନ୍‌-ଓଡିଶା କାର୍ଯ୍ୟକ୍ରମ ସମୟରେ ରାଜ୍ୟ ଶିଳ୍ପ ବିଭାଗ ଓ ଇପିକଲ୍‌ ପକ୍ଷରୁ ଏକ ଟିମ୍‌ ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ଏହି ଶିଳ୍ପ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଥିଲେ। ଓଡିଶାର ଶିଳ୍ପନୀତି ଓ ଅନୁକୂଳ ଶିଳ୍ପ ବାତାବରଣକୁ ଉପଲବ୍ଧି କରି ଏହି ଗୃପ ଓଡିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସମ୍ମତି ପ୍ରକାଶ କରିଥିଲେ। 


ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଶିଳ୍ପ  ଦ୍ବାରା ଆମର କଳାହାଣ୍ଡି, ବଲାଙ୍ଗୀର, ରାୟଗଡା ଓ ଗଜପତି ପରି ଜିଲ୍ଲାର କପା ଚାଷୀ ମାନେ ମଧ୍ୟ ଉପକାର ପାଇବେ। ବୟନ ଶିଳ୍ପରେ ମା ମାନଙ୍କ ପାଇଁ ବହୁତ ସୁଯୋଗ ଅଛି ବୋଲି ମତ ଦେଇ ସେ କହିଥିଲେ ଯେ ସେମାନଙ୍କର ଦକ୍ଷତା ବିକାଶ  କରାଯାଇ ସେମାନଙ୍କର ନିଯୁକ୍ତି ପାଇଁ ବହୁତ ସୁଯୋଗ ଆସିବ।


ୱେଲସ୍ପନ ଗ୍ରୁପ ସାରା ପୃଥିବୀର ଏକ ପ୍ରସିଦ୍ଧ ପ୍ରସିଦ୍ଧ ବୟନ ଶିଳ୍ପ କମ୍ପାନୀ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଉରୋପ, ଆମେରିକା ପରି ବିଶ୍ବର ଧନୀ ଦେଶ ମାନଙ୍କୁ ଏହାର ସାମଗ୍ରୀ  ବହୁ ସଂଖ୍ୟାରେ ରପ୍ତାନୀ ହୁଏ । ଏପରି କମ୍ପାନୀ ଓଡିଶାକୁ ଆସିବା, ବହୁତ ଖୁସିର କଥା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚୌଦ୍ବାରରେ ଏହି କମ୍ପାନୀ ପୁଞ୍ଜିନିବେଶ ଓ ନିଯୁକ୍ତି କ୍ଷେତ୍ରରେ ଓଡିଶା ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିବ।


ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ପୁଞ୍ଜି ବିନିଯୋଗ ପାଇଁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶ ଯାତ୍ରାରେ ୱେଲସ୍ପନ ଗ୍ରୁପର ପାର୍ଟନରସିପ୍  ଅଭିବୃଦ୍ଧିର ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ସେ ମତ ଦେଇଥିଲେ। ଏହି ଶିଳ୍ପର ସଫଳତା ପାଇଁ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ସେ ପ୍ରତିଶୃତି ଦେଇଥିଲେ।


    ଶିଳ୍ପ କ୍ଷେତ୍ରରେ ଆଜିର ଏହି ଯାତ୍ରା କଟକ ଜିଲ୍ଲାର ବିକାଶକୁ ଉଜ୍ଜଳ କରିବ ବୋଲି ପ୍ରକାଶ କରି ସେ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଓଡିଶା  ଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବରେ ସାରା ପୃଥିବୀରେ ସୁନାମ କରିବ ।


ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି. କେ. ଗୋଏଙ୍କା କହିଲେ ଯେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ବ୍ୟାପକ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ଓ କଠିନ ପରିଶ୍ରମ ଯୋଗୁ ଆଜି ଓଡିଶାରେ ଏପରି ପରିବର୍ତ୍ତନ ଦେଖିବାକୁ ମିଳିଛି ବୋଲି ସେ କହିଥିଲେ। ରାଜ୍ୟ ସରକାରଙ୍କ 5T ଉପକ୍ରମ ସମ୍ପର୍କରେ ମଧ୍ୟ ସେ ଆଲୋକପାତ କରି କହିଥିଲେ ଯେ ଏହି ନୀତି ଯୋଗୁ ଆଜି ଓଡିଶାର ସରକାରୀ ସ୍କୁଲ ଗୁଡିକ ପ୍ରାଇଭେଟ ସ୍କୁଲଠାରୁ ଅଧିକ ଭଲ ହୋଇ ପାରିଛି। ଭାରତରେ ସବୁଠାରୁ ଅଧିକ ପୁଞ୍ଜି ଓଡିଶାକୁ ହିଁ ଆସୁଛି। ଓଡିଶାରେ ଶିଳ୍ପ ବିକାଶର ଭିତ୍ତି ବିଷୟରେ ଆଲୋକପାତ କରି ସେ ବିଜୁ ବାବୁଙ୍କ ଉଦ୍ୟମ ସଂପର୍କରେ କହିଥିଲେ। ଓଡିଶାର କପା ଚାଷୀଙ୍କ ଉନ୍ନତି ପାଇଁ ମଧ୍ୟ ସେ ଉଦ୍ୟମ କରିବେ ବୋଲି ପ୍ରକାଶ କରି ସେ କହିଥିଲେ ଓଡିଶାର ଶିଳ୍ପ ବାତାବରଣକୁ ଆହୁରି ଉନ୍ନତ କରିବା ପାଇଁ ସେ ତାଙ୍କର ଅବଦାନ ରଖିବେ ବୋଲି କହିଥିଲେ। ଏହି ପ୍ରକଳ୍ପ ଦ୍ୱାରା ୧୦ ହଜାର ପ୍ରତ୍ୟକ୍ଷ ନିଯୁକ୍ତି ସହିତ ୨୦ ହଜାର ପରୋକ୍ଷ ନିଯୁକ୍ତି ମିଳିବ ବୋଲି ସେ ସୂଚନା ଦେଇଥିଲେ।


କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ କହିଲେ ଯେ ଚୌଦ୍ୱାର ହେଉଛି ଓଡିଶାର ପ୍ରଥମ ଶିଳ୍ପ ନଗରୀ। ଆଜି ପୁଣି ଥରେ ଏହା ବିକାଶ ପଥରେ ଅଗ୍ରସର ହେଲା। ଏହି ଶିଳ୍ପ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସହିତ ବ୍ୟାପକ ଆତ୍ମନିଯୁକ୍ତି ମଧ୍ୟ ସୃଷ୍ଟି କରିବ ବୋଲି ସେ କହିଥିଲେ।


କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କ ସହ ମତ ବିନିମୟ କରି ବିଭିନ୍ନ ଯୋଜନାର ବର୍ଦ୍ଧିତ ଭତ୍ତା ସଂପର୍କରେ ଆଲୋଚନା କରିଥିଲେ। ମଧୁବାବୁ ପେନ୍‌ସନ୍‌, ମମତା, ଲକ୍ଷ୍ମୀ ଓ କଳାକାର ଭତ୍ତା ଯୋଜନା ସଂପର୍କରେ ସେ ବଢିଥିବା ଭତ୍ତା ସଂପର୍କରେ ଲୋକଙ୍କୁ ସଚେତନ କରିଥିଲେ। ନୂଆ-ଓ ଛାତ୍ରବୃତ୍ତି ସଂପର୍କରେ ସୂଚନା ଦେଇ ସେ କହିଥିଲେ ଯେ ଚଳିତ ମାସ ୨୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ଏହି ଛାତ୍ରବୃତ୍ତି ପାଇବେ ।


ବୟନଶିଳ୍ପ ପାଇଁ ୬୫୦ ପରିବାରର ଘର ସମସ୍ୟା ସୃଷ୍ଟି ହେଉଥିବା ସଂପର୍କରେ ସୂଚନା ଦେଇ ସେ କହିଥିଲେ ଏହି ସମସ୍ୟା ଶୀଘ୍ର ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ ପ୍ରମୁଖ କାର୍ଯ୍ୟକ୍ରମରେ  ଉଦବୋଧନ ଦେଇଥିଲେ । ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13590
    Sep 11, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14898
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14739
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13416
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13708
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14259
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14769
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15538
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14589
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13416
    Sep 10, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14898
    Sep 10, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15538
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17754
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18160
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13590
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15702
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14558
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13869
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14673
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13753
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14640
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14991
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13590
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15538
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13416
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In