Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ରାଜ୍ୟ
Home ›› ରାଜ୍ୟ ››୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ,ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ

୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ,ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ

2024-02-17 17:01:51
13996
Share:
Facebook
Twitter
E-Mail
WhatsApp
Telegram
୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ,ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ବର - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି  ‘ଆମ ହସ୍ପିଟାଲ’, ୫ଟି ଉପଖଣ୍ଡସ୍ତରୀୟ ଡାଏଲେସିସ୍‌ ସେଣ୍ଟର ଲୋକାର୍ପଣ କରିବା ସହିତ ରାଜ୍ୟର ସମସ୍ତ ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ IVRS ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ ବ୍ୟବସ୍ଥା ଓ କର୍ମଚାରୀମାନଙ୍କର ମୁହଁ ଚିହ୍ନଟ ମାଧ୍ୟମରେ ଉପସ୍ଥାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।


ସୂଚନାଯୋଗ୍ୟ ଯେ ବରଗଡ ଜିଲ୍ଲାରେ ୫ଟି, ସୁନ୍ଦରଗଡ ଜିଲ୍ଲାରେ ୭ଟି, ସମ୍ବଲପୁର ଜିଲ୍ଲାରେ ୪ଟି, ଢେଙ୍କାନାଳ ଜିଲ୍ଲାରେ ୪ଟି, କେନ୍ଦୁଝର ଜିଲ୍ଲାରେ ୬ଟି, ଝାରସୁଗୁଡା ଜିଲ୍ଲାରେ ୨ଟି, ଜଗତସିଂହପୁର ଜିଲ୍ଲାରେ ୪ଟି, କେନ୍ଦ୍ରାପଡା ଜିଲ୍ଲାରେ ୫ଟି, ମୟୁରଭଞ୍ଜ ଜିଲ୍ଲାରେ ୯ଟି, ଗଂଜାମ ଜିଲ୍ଲାରେ ୧୩ଟି, କଳାହାଣ୍ଡି ଜିଲ୍ଲାରେ ୪ଟି ରାୟଗଡା ଜିଲ୍ଲାରେ ୪ଟି, ନୂଆପଡା ଜିଲ୍ଲାରେ ୨ଟି, ମାଲକାନଗିରି ଜିଲ୍ଲାରେ ୨ଟି ଓ କନ୍ଧମାଳ ଜିଲ୍ଲାରେ ୩ଟି, ଏହି ପରି ସମୁଦାୟ ୭୩ଟି ରୂପାନ୍ତରିତ ‘ଆମ ହସ୍ପିଟାଲ’ ଆଜି ଲୋକାର୍ପିତ ହୋଇଛି।


ଏଥି ସହିତ ମୟୁରଭଞ୍ଜ କରଞ୍ଜିଆ ଉପଖଣ୍ଡ ଡାକ୍ତରଖାନା, ସମ୍ବଲପୁର କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନା, ଗଂଜାମ ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନା, ନୂଆପଡା ଖରିଆର ଉପଖଣ୍ଡ ଡାକ୍ତରଖାନା ଓ ବରଗଡର ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ୫ଟି ନୂତନ ଉପଖଣ୍ଡସ୍ତରୀୟ ଡାଏଲେସିସ୍‌ କେନ୍ଦ୍ର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଛି। 

ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ରୋଗୀଙ୍କୁ ସୁବିଧାରେ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ। ଏହା ସରକାରୀ ସ୍ତରରେ ଆମର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ବୋଲି କହି ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହସ୍ପିଟାଲ ଗୁଡିକର ଭିତ୍ତିଭୂମି ବ୍ୟବସ୍ଥା, ରେଗୀମାନଙ୍କ ପାଇଁ ମୌଳିକ ସୁବିଧା ସୁଯୋଗ ଏବଂ ସେବା ଯୋଗାଇବା ପଦ୍ଧତିରେ ଉନ୍ନତି ଆଣାଯାଇଛି। ଗୁଣବତ୍ତାକୁ ମଧ୍ୟ ଏଠାରେ ସୁନିଶ୍ଚିତ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥି ପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ସଂପ୍ରତି ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।


ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ଭଲ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଗତ ୧ ବର୍ଷ ମଧ୍ୟରେ ୪,୦୦୦ ଡାକ୍ତର ଓ ୩,୭୦୦ ରୁ ଅଧିକ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଧନୀ, ଗରୀବ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଜି ସାରା ଓଡିଶାରେ ମଡେଲ ହୋଇଛି। ଓଡିଶାବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିଛି। ‘ମୋ ପାଇଁ ସବୁ ଜୀବନ ମୂଲ୍ୟବାନ’ ଏହି ମନ୍ତ୍ରକୁ କାର୍ଯ୍ୟକାରୀ କରି ଆମେ ସମସ୍ତଙ୍କ ସହଯୋଗରେ ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ସ୍ୱପ୍ନ ନିଶ୍ଚୟ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।


କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆଜି ଆମ ସରକାରୀ ଡାକ୍ତରଖାନାକୁ ପ୍ରାଇଭେଟ ଡାକ୍ତରଖାନା ସହିତ ସମତୁଲ କରିବା ପାଇଁ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦୃଷ୍ଟିରେ ଗୋଟିଏ ଧନୀ ଲୋକର ଜୀବନ ଯେପରି ଗୁରୁତ୍ୱପୂର୍ଣ୍ଣ, ସେପରି ଗରୀବ ଲୋକର ଜୀବନ ମଧ୍ୟ ମୂଲ୍ୟବାନ ବୋଲି ସେ କହିଥିଲେ।


କାର୍ଯ୍ୟକ୍ରମରେ ହିଞ୍ଜିଳିକାଟୁରେ ଜିଲ୍ଲା ପରିଷଦ ସଭାପତି ଅଞ୍ଜଳି ସ୍ୱାଇଁ, ଗଂଜାମ କେଳୁଆପଲ୍ଲୀରେ ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ପଦ୍ମପୁରରେ ବିଧାୟିକା ବର୍ଷା ସିଂହ ବରିହା, କୁଚିଣ୍ଡାରେ ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ, ଗୁଣୁପୁରରେ ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗୋ, ପରଜଙ୍ଗରେ ବିଧାୟକ ଡ. ନୃସିଂହ ଚରଣ ସାହୁ, କଳାହାଣ୍ଡିରେ ସାଂସଦ ଶ୍ରୀ ସୁଜିତ କୁମାର, ଜଗତସିଂହପୁରରେ ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ଖରିଆରରେ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ବଡଗାଁରେ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜର ଶୀର୍ଷାଠାରେ ମନ୍ତ୍ରୀ ଶ୍ରୀ ସୁଦାମ  ମାର୍ଣ୍ଡି ଯୋଗ ଦେଇ ଆମର ମେଡିକାଲମାନଙ୍କରେ ବହୁ ଉନ୍ନତମାନର ସେବା ମିଳୁଛି ଏବଂ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବୈପ୍ଳବିକ ରୂପାନ୍ତର ଘଟିଛି ବୋଲି ମତ ଦେଇଥିଲେ।


କାର୍ଯ୍ୟକ୍ରମକୁ 5T ତଥା  ନବୀନ ଓଡିଶା ଅଧ୍ୟକ୍ଷ ସଂଯୋଜନା କରିଥିଲେ। ଜଗତସିଂହପୁର ଜିଲ୍ଲାବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଗତ ଜୁନ୍‌ ୩୦ ତାରିଖରେ ଜଗତସିଂହପୁର ଜିଲ୍ଲା ଗସ୍ତ ସମୟରେ ଆପଣମାନେ ଡାକ୍ତରଖାନା  ଜମି ସମସ୍ୟା ବିଷୟରେ ଜଣାଇଥିଲେ । ସରକାର ତାହା ଗ୍ରହଣ କରିଛନ୍ତି। ୫ ଏକର ୮୦ ଡିସମିଲ ଜମି ହସ୍ପିଟାଲକୁ ପ୍ରଦାନ କରାଯିବ ବୋଲି ସେ କହିଥିଲେ। ଏଥି ସହିତ ହିଞ୍ଜିଳିରୁ ଏହି ଯୋଜନା ଆରମ୍ଭ ହୋଇ ଏକ ବର୍ଷ ମଧ୍ୟରେ ଆମେ ସଫଳତାର ସହ ରାଜ୍ୟରେ ‘ଆମ ହସ୍ପିଟାଲ’ ଯୋଜନା କାର୍ଯ୍ୟକାରୀ କରିଛୁ । ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।


କାର୍ଯ୍ୟକ୍ରମରେ ସୁନ୍ଦରଗଡ ଜିଲ୍ଲାର ବିସ୍ରା, ସମ୍ବଲପୁର ଜିଲ୍ଲାର ଥେମ୍ରା ଓ ମାଲକାନଗିରି ଜିଲ୍ଲାର ମାଥିଲିରୁ ଶ୍ରୀ ଏକା, ନିକିତା ନାୟକ ଏବଂ ବୁଧାଇ ଧାଙ୍ଗଡାମାଝି ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ‘ଆମ ହସ୍ପିଟାଲ’କୁ ଯେ କୌଣସି ରୋଗୀ ଆସି ସୁବିଧାରେ ଚିକିତ୍ସା ହୋଇପାରୁଛନ୍ତି। ଏଠାରେ ଭଲ ଚିକିତ୍ସା ମିଳୁଛି। ଏଥି ପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଥିଲେ। ମାଥିଲିରେ ବଣ୍ଡାଘାଟି ବାସିନ୍ଦା  ବୁଧାଇ କହିଲେ ଯେ ଆମ ମାଥିଲି ହସ୍‌ପିଟାଲ ଏବେ ମୋତେ ସ୍ବାସ୍ଥ୍ୟ ମନ୍ଦିର ଭଳି ଲାଗୁଛି ।


କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ ଓ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14859
    Oct 02, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14324
    Oct 02, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15675
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15196
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14335
    Oct 02, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15378
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14750
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15078
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15446
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14859
    Oct 02, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15900
    Oct 01, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15378
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15374
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14047
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15787
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15354
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14728
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14883
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14394
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14342
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14324
    Oct 02, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

    14335
    Oct 02, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14859
    Oct 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In