ମର୍ମନ୍ତୁଦ ଦୁର୍ଘଟଣା: ଜଣେ ମୃତ

ବଲାଙ୍ଗୀର: ବଲାଙ୍ଗୀର ସାତମାଇଲ୍ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକକୁ ବସ୍ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଖବର ପାଇ ପୁଇଁତଳା ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବସ୍ ଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ କରି ତଦନ୍ତ କରୁଛି।
Powered by Froala Editor