ହିଟ୍ୱେଭ୍ : ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍ଆରସି, ଅଂଶୁଘାତ ପାଇଁ SOP ଜାରି

ଫେବ୍ରୁଆରି ଶେଷ ହୋଇନାହିଁ । ଖରାର ପ୍ରକୋପ ଯୋଗୁଁ ବର୍ତ୍ତମାନ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରି ଉପରେ ରହିଛି। ଏସବୁକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିସନ ତରଫରୁ ସତର୍କ ସୂଚନା ଜାରି କରାଯାଇଛି।
ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସବୁ ଜିଲ୍ଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ବୁଧବାର ଦିନ ଚିଠିଲେଖି ହିଟ୍ୱେଭ୍କୁ ମୁକାବିଲା ପାଇଁ ପ୍ରସ୍ତୁତି ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଚିଠିରେ ସେ ହିଟ୍ୱେଭ୍ ନେଇ ଜନସେଚତନା କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି।
ଆଗକୁ ଅଂଶୁଘାତ ଭଳି ସ୍ଥିତି ଆସିଲେ, ଆଉ ଥରେ ରିମାଇଣ୍ଡର ଦିଆଯିବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । SOPରେ ଲୋକଙ୍କୁ ସତର୍କ କରାଇବା ସହ ମେଡିକାଲ ପ୍ରସ୍ତୁତ ରଖିବା, ଆବଶ୍ୟକ ଔଷଧ ମହଜୁଦ ରଖିବା, ପ୍ରତି ହସ୍ପିଟାଲରେ ଅଂଶୁଘାତ ଲାଗି ଡେଡିକେଟେଡ ବେଡ୍ ରଖାଯିବାକୁ ନିର୍ଦ୍ଦେଶ ଯାଇଛି। ଅଂଶୁଘାତ ସମ୍ପର୍କିତ ତଥ୍ୟ ପ୍ରଦାନ ପାଇଁ ମଧ୍ଯ ନିର୍ଦ୍ଦେଶ ରହିଛି। ଆଗକୁ ଏନେଇ ପ୍ରତି ଜିଲ୍ଲାକୁ ପୁଣି ଥରେ ରିମାଇଣ୍ଡର ଦିଆଯିବ । ତେବେ ବରିଷ୍ଠ ନାଗରିକ, ମଦ୍ୟପାନ କରୁଥିବା ବ୍ୟକ୍ତି ଓ କୋମରବିଡ ରୋଗୀଙ୍କୁ ଅଂଶୁଘାତ ଆଶଙ୍କା ଅଧିକ ରହିଛି । ତେଣୁ ସେମାନେ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ପରାମର୍ଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।
Powered by Froala Editor