କଂଗ୍ରେସ କର୍ମୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି
ଭୁବନେଶ୍ୱର: ଲୋୟର ପିଏମଜିରେ ଆଜି ଗର୍ଜିଛି ରାଜ୍ୟ କଂଗ୍ରେସ। ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ କଂଗ୍ରେସର ଶତାଧିକ କର୍ମୀ। କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପ୍ରଭାରୀ ଅଜୟ କୁମାରଙ୍କ ସମେତ ଦଳର ବିଧାୟକ, ଜିଲ୍ଲା ସଭାପତି ଓ ଶତାଧିକ କଂଗ୍ରେସ କର୍ମୀ କଂଗ୍ରେସ ଭବନରୁ ରାଲିରେ ବାହାରି ଲୋୟର ପିଏମଜିରେ ପହଞ୍ଚିଥିଲେ।ପରେ ସେମାନେ ଲୋକସଭା ଭବନ ଆଡକୁ ଯିବାବେଳେ ପୁଲିସ ସେମାନଙ୍କୁ ଅଟକାଇଥିଲା।
ବ୍ୟାରିକେଡ ଡେଇଁ ଯିବାକୁ ଉଦ୍ୟମ ବେଳେ କଂଗ୍ରେସ କର୍ମୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି । ଅନେକ କର୍ମୀଙ୍କୁ ଉଠାଇ ନେଇଛି ପୋଲିସ । ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା ଓ ନାରୀ ନିର୍ୟ୍ୟାତନା ବୃଦ୍ଧି ପ୍ରସଙ୍ଗରେ ବିକ୍ଷୋଭ କରୁଛନ୍ତି କଂଗ୍ରେସ କର୍ମୀ ।
Powered by Froala Editor