Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

ରାଜ୍ୟ
Home ›› ରାଜ୍ୟ ››ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’

ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’

2024-03-01 02:59:09
13919
Share:
Facebook
Twitter
E-Mail
WhatsApp
Telegram
ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି।


ସୂଚନାଯୋଗ୍ୟ ଯେ ଓଡିଶାର ୬,୭୯୮ଟି ଗ୍ରାମ ପଞ୍ଚାୟତଟି ମଧ୍ୟରୁ ୪୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୭୫୦ ଟି ‘ଆମ ବ୍ୟାଙ୍କ’ ଖୋଲିଥିଲା। ପର୍ଯ୍ୟାୟକ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ସୁବିଧା ମିଳିବ। 


ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ବ୍ୟାଙ୍କ ଜନସେବାର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ପରିଣତ ହୋଇଛି। ସମସ୍ତ ସରକାରୀ ସୁବିଧା ସିଧା ସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହେଉଛି। ସେଥିପାଇଁ ମୋ ରାଜ୍ୟର ସବୁ ହିତାଧିକାରୀ ସୁବିଧାରେ ଓ ଠିକ୍‌ ସମୟରେ ତାଙ୍କ ପ୍ରାପ୍ୟ ପାଆନ୍ତୁ। କେହି ଜଣେ ବି ହିତାଧିକାରୀ ସରକାରୀ ସହାୟତା ପାଇବାରେ ଯେପରି ହଇରାଣ ନ ହେବେ ତାକୁ ଦୃଷ୍ଟିରେ ରଖି ଏହି ବ୍ୟାଙ୍କ ଗୁଡିକ ଖୋଲାଗଲା। ଏ ଦିଗରେ ବ୍ୟାଙ୍କ ଗୁଡିକ ଭଲ ଭାବେ କାମ କରିବ। ‘ଆମ ବ୍ୟାଙ୍କ’ ରାଜ୍ୟ ସରକାରଙ୍କ ଏକ ଅଭିନବ ପଦକ୍ଷେପ। ସାରା ଦେଶରେ ଏକ ମଡେଲ। ବ୍ୟାଙ୍କ ଗୁଡିକ ହିତାଧିକାରୀଙ୍କୁ ୧୫ ପ୍ରକାର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

 

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଗାଁମାନଙ୍କରେ ଡିଜିଟାଲ ଭିତ୍ତିଭୂମିକୁ ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ଅନ୍ତର୍ଭୁକ୍ତିକରଣ ସମସ୍ତଙ୍କ ଏକ ମୌଳିକ ଅଧିକାର। ଏକ କଲ୍ୟାଣକାରୀ ରାଜ୍ୟ ଭାବରେ ସମସ୍ତ ନାଗରିକମାନଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତିକରଣରେ ସାମିଲ କରିବା ଆମର ମୁଖ୍ୟ ଦାୟିତ୍ୱ। ଓଡିଶା ଆଜି ଯେଉଁ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ଯୋଗାଇ ଦେଉଛି, ତାହା ଜାତୀୟ ସ୍ତରରେ ଉଦାହରଣ।

 

ମଧୁବାବୁ ପେନସନ ଯୋଜନା, ମମତା ଯୋଜନା, ବୁଣାକାର ଓ କଳାକାରମାନଙ୍କ ପେନସନ ଓ ସହାୟତା ନିକଟରେ ବୃଦ୍ଧି କରାଯାଇଛି।  ଏମାନଙ୍କ ସହିତ ମିଶନ ଶକ୍ତି ମା’ ମାନେ ମଧ୍ୟ ଏହି ବ୍ୟାଙ୍କ ଜରିଆରେ ସୁବିଧା ପାଇବେ। ‘ଆମ ବ୍ୟାଙ୍କ’ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ  ଶାରିରୀକ ଅକ୍ଷମମାନଙ୍କୁ ସେମାନଙ୍କ ଘର ପାଖରେ ସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶେଷରେ ରାଜ୍ୟ ସରକାରଙ୍କ ଏହି ବ୍ୟାଙ୍କ ଖୋଲିବାରେ ସହାୟତା କରିଥିବା ୬ଟି ପବ୍ଲିକ ସେକ୍ଟର ବ୍ୟାଙ୍କକୁ ଧନ୍ୟବାଦ ଜଣାଇ ସମାଜର ସବୁଠାରୁ ତଳସ୍ତରରେ ରହୁଥିବା ଲୋକ ଯେମତି ସୁବିଧାରେ ବ୍ୟାଙ୍କ ସେବା ପାଇବ ସେଥିପାଇଁ ସେମାନଙ୍କର ଉଦ୍ୟମ ଅବ୍ୟାହତ ରଖିବା ପାଇଁ ଅନୁରୋଧ କରିଥିଲେ। ଏକ ସଶକ୍ତ ଓଡିଶା ଗଠନ କରିବା ଦିଗରେ ଆମେ ସମସ୍ତେ ସମ୍ମିଳିତ ଭାବେ କାର୍ଯ୍ୟ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।


କାର୍ଯ୍ୟକ୍ରମରେ ରାଜ୍ୟ ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ଯେ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଓଡିଶାର ସମସ୍ତ କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତ୍ତନ ଆସିଛି। ପୂର୍ବରୁ ରାଜ୍ୟରେ ବ୍ୟାଙ୍କ ଗୁଡିକ ସଂଖ୍ୟା ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ଆର୍ଥିକ ଅନ୍ତର୍ଭୁକ୍ତିକରଣ ପାଇଁ ବ୍ୟାଙ୍କିଙ୍ଗ ଏକ ଜରୁରୀ ସେବା ହୋଇଥିବାରୁ ରାଜ୍ୟର ସମସ୍ତ ଅଞ୍ଚଳର ନାଗରିକମାନଙ୍କୁ ଏହି ମୌଳିକ ସେବା ଉପଲବ୍ଧ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଆମ ବ୍ୟାଙ୍କ’ ଯୋଜନା ପରିକଳ୍ପନା କରିଛନ୍ତି। 


ବାଲେଶ୍ୱର, ବଲାଙ୍ଗିର ଓ ଗଂଜାମ ଜିଲ୍ଲାର ୩ ଜଣ ହିତାଧିକାରୀ ଶୁଭଶ୍ରୀ ପଣ୍ଡା, ମମତା ମହାକୁଡ ଓ ବିକାଶ ସେଠୀ କାର୍ଯ୍ୟକ୍ରମରେ ସେମାନଙ୍କ ମତ ବିନିମୟ କରି କହିଥିଲେ ଯେ ‘ଆମ ବ୍ୟାଙ୍କ’ ଜରିଆରେ ଗ୍ରାମାଞ୍ଚଳର ଲୋକମାନେ ଘର ପାଖରେ ବିଭିନ୍ନ ସରକାରୀ ସୁବିଧା ସୁଯୋଗକୁ ଠିକ୍ ସମୟରେ ପାଉଛନ୍ତି। ଏଥିପାଇଁ ସେମାନଙ୍କୁ ଦୂରକୁ ଯିବାକୁ ପଡୁନି। ସେଥିପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ସେମାନେ ଧନ୍ୟବାଦ ଜଣାଇଥିଲେ।


କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ମିଶ୍ର, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ସି.ଜି.ଏମ୍ ଉପସ୍ଥିତ ଥିଲେ।


 ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ ସ୍ୱାଗତ ଭାଷଣ ଦେଇଥିଲେ ଓ Director, Institutional finance ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15385
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14720
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15808
    Jul 02, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15323
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15467
    Jul 01, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14617
    Jul 03, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13468
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14380
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14908
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13468
    Jul 03, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13920
    Jul 01, 2026
  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15323
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14720
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14529
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14296
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15916
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15789
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15639
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14906
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14908
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13468
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15323
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In