Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜ୍ୟ
Home ›› ରାଜ୍ୟ ››ଏବର୍ଷ ଟାଣ ଖରା ସାଙ୍ଗକୁ ଅସହ୍ଯ ତାତି

ଏବର୍ଷ ଟାଣ ଖରା ସାଙ୍ଗକୁ ଅସହ୍ଯ ତାତି

2024-03-02 06:42:04
15691
Share:
Facebook
Twitter
E-Mail
WhatsApp
Telegram
ଏବର୍ଷ ଟାଣ ଖରା ସାଙ୍ଗକୁ ଅସହ୍ଯ ତାତି

ଭୁବନେଶ୍ବର : ଏବର୍ଷ ଗ୍ରୀଷ୍ମ ପ୍ରକୋପ ଅଧିକ ରହିବା ସମ୍ଭାବନା ରହିଛି। ରାଜ୍ୟରେ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବା ସମ୍ଭାବନା ଥିବାରୁ ଟାଣ ଖରା ହେବା ଆଶଙ୍କା ରହିଛି। ଏପ୍ରିଲ ମାସରେ ଅସହ୍ୟ ତାତି ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଶୁକ୍ରବାର ଗ୍ରୀଷ୍ମ ପ୍ରବାହ ଉପରେ ଭାରତ ପାଣିପାଗ ବିଭାଗ ଆକଳନ କରିଛି ଯେ, ଚଳିତ ବର୍ଷ ଦେଶରେ ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରେକର୍ଡ ହେବା ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ, ଉତ୍ତର-ପୂର୍ବ, କେନ୍ଦ୍ରୀୟ ଏବଂ ପେନିନ୍‌ସୁଲାର କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା ସ୍ବାଭାବିକ କିମ୍ବା ସ୍ବାଭାବିକରୁ କମ୍‌ ରହିପାରେ। ସେହିଭଳି ରାତି ତାପମାତ୍ରା ମଧ୍ୟ ଦେଶର ବିଭିନ୍ନ ଅଞ୍ଚଳରେ ସ୍ବାଭାବିକରୁ ଅଧିକ ରହିବା ସମ୍ଭାବନା ରହିଛି। ଦିନ ଓ ରାତି ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବା ଦ୍ବାରା ଗ୍ରୀଷ୍ମ ପ୍ରଭାବ ଲାଗି ରହିବ। ମାର୍ଚ୍ଚରେ ପେନିନ୍‌ସୁଲା, ଉତ୍ତର-ପୂର୍ବ, ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ଭାରତରେ ସର୍ବାଧିକ ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବା ଆଶଙ୍କା ରହିଛି। ପୂର୍ବ, ପୂର୍ବ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ଭାରତର କେତେକ ଅଞ୍ଚଳରେ ଦିନ ତାପମାତ୍ରା ସ୍ବାଭାବିକ କିମ୍ବା ତା’ଠାରୁ କମ୍‌ ରହିପାରେ। କିନ୍ତୁ ମାର୍ଚ୍ଚରେ ଗ୍ରୀଷ୍ମ ପ୍ରବାହ ବିଶେଷ କରି ଉତ୍ତର-ପୂର୍ବ, ପେନିନସୁଲାର, ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଓଡ଼ିଶାର କେତେକ ଅଞ୍ଚଳ ସହିତ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସମ୍ଭାବନା ରହିଛି।

ରାଜ୍ୟରେ ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ବିଶେଷକରି ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ଅଧିକ ରହିବ। ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ଅନୁଗୋଳ, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଆଦି ଜିଲାରେ ଦିନ ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବ। ଏପ୍ରିଲରେ ପ୍ରଚଣ୍ଡ ତାତି ଅନୁଭୂତ ହେବାକୁ ଥିବାବେ‌େଳ ମେ’ ମାସରେ ଗ୍ରୀଷ୍ମ ପ୍ରବାହ ସହିତ ଅପରାହ୍ଣରେ କାଳ ବୈଶାଖୀ ସମ୍ଭାବନା ରହିଥିବାରୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିପାରେ। ଚଳିତ ବର୍ଷ ଏଲ୍‌ନିନୋ ଆସ୍ତେ ଆସ୍ତେ ଦୁର୍ବଳ ହେଉଥିବାରୁ ମୌସୁମୀ ବର୍ଷା ସ୍ବାଭାବିକ ରହିବା ସମ୍ଭାବନା ରହିଛି।
ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୭.୪ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ମାଲକାନଗିରି ୩୭, ଟିଟିଲାଗଡ଼ ୩୬, ଭୁବନେଶ୍ବର ୩୪.୬ ଏବଂ କଟକରେ ୩୪ ଡିଗ୍ରୀ ରହିଛି। ମାର୍ଚ୍ଚ ପହିଲାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବାଧିକ ତାପମାତ୍ରା ଆସ୍ତେ ଆସ୍ତେ ବୃଦ୍ଧି ପାଇପାରେ। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ୩ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝରର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକା ବର୍ଷା ହେବାକୁ ଥିବାବେଳେ ୪ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Powered by Froala Editor

Tags Temperature

Related articles Odisha News Lens 4.1

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13937
    Sep 28, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13778
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14568
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14581
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15659
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13880
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13686
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14079
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15399
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13937
    Sep 28, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13778
    Sep 28, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15399
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13715
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15690
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15255
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14630
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14868
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14107
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14568
    Sep 28, 2026
  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13778
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13937
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In