ଆଉ ୧୦ ହଜାର କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି
ରାଜ୍ୟରେ ଆଉ ୧୦ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ନିଯୁକ୍ତି ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ନିୟୋଜନ ପ୍ରକ୍ରିୟାକୁ ସ୍ବଚ୍ଛ ଓ ପାରଦର୍ଶୀ କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ଏବେ ରାଜ୍ୟରେ ୨୦ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଏହା ଶେଷ ହେବା ପରେ ଏହି ୧୦ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟାର ଆରମ୍ଭ କରାଯିବ।
ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ଅଦ୍ୟାବଧି ଚାଲୁ ରହିଥିବା କନିଷ୍ଠ ଶିକ୍ଷକ(ସ୍କିମାଟିକ୍) ୨୦୨୩ର ସମସ୍ତ ନିୟୋଜନ ପ୍ରକ୍ରିୟା ଶେଷ ହେବା ପରେ ଯଥାଶ୍ରୀଘ୍ର ଏହି ନୂତନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor