ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଆଗାମୀ ୩ଦିନ ଯାଏ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲା ଗୁଡିକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି ।
ଆଜି ସୁନ୍ଦରଗଡ, ସମ୍ବଲପୁର, ବରଗଡ ଏବଂ କେଉଁଝରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା କାଲି ବଲାଙ୍ଗୀର, ଅନୁଗୁଳ, ସୋନପୁର, ଦେଓଗଡ ଏବଂ ୧୭ତାରିଖରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର ଏବଂ ସମ୍ବଲପୁରରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
Powered by Froala Editor