୧୧ ସହରର ପାରଦ ୩୬ ଡିଗ୍ରୀରୁ ଅଧିକ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ବଢିବାରେ ଲାଗିଛି। ବୁଧବାର ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ଛୁଇଁଥିବାବେଳେ ୧୧ଟି ସହରର ପାରଦ ୩୬ ଡିଗ୍ରୀ ବା ତାଠାରୁ ଅଧିକ ରେକର୍ଡ ହୋଇଛି। ଦକ୍ଷିଣ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଗତ ୨୪ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ବଲାଙ୍ଗୀରରେ ୩୬.୯ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଝାରସୁଗୁଡା ୩୬.୮ , ମାଲକାନଗିରିରେ ୩୬.୭, ଟିଟଲାଗଡରେ ୩୬.୫ ରେକର୍ଡ ହୋଇଛି। ସେହିପରି ଭୁବନେଶ୍ବରରେ ୩୪.୭ ଏବଂ କଟକରେ ୩୪.୮ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାର କିଛି ଅଞ୍ଚଳ ସହିତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ , ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ , କଳାହାଣ୍ଡି , ନବରଙ୍ଗପୁର ଏବଂ ବୌଦ୍ଧ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।
Powered by Froala Editor