ରାଜ୍ୟରେ କରୋନା ନେଲା ୪୨ ମୁଣ୍ଡ
ଭୁବନେଶ୍ୱର: ରାଜ୍ୟରେ ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକ, ଝାରସୁଗୁଡ଼ା, ଖୋର୍ଦ୍ଧା ଓ ପୁରୀରୁ ୪ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ଼, ଜଗତସିଂହପୁର, କଳାହାଣ୍ଡି ଓ ରାୟଗଡ଼ାରୁ ୩ ଲେଖାଏଁ, ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ, ବାଲେଶ୍ୱର, ବଲାଙ୍ଗିର ଓ ଦେବଗଡ଼ରୁ ଜଣେ ଲେଖାଏଁ, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ସମ୍ବଲପୁରରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ହୋଇଛି। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି।
Powered by Froala Editor